ଉତ୍ତର କୋରିଆରେ କରୋନା ଆତଙ୍କ: ଜ୍ୱରରେ ୬ ଜଣଙ୍କ ମୃତ୍ୟୁ, ଆଇସୋଲେଶନରେ ୧.୮୭ ଲକ୍ଷ ଲୋକ

ପ୍ୟୋଙ୍ଗୟାଙ୍ଗ,୧୩ ।୫: ଏପର୍ଯ୍ୟନ୍ତ କରୋନା ମହାମାରୀ ପହଞ୍ଚି ନ ଥିବା ଦେଶ ଉତ୍ତର କୋରିଆରେ ଏବେ କରୋନା ଆତଙ୍କ । ଶୁକ୍ରବାର ସକାଳେ ଏଏଫପି ନ୍ୟୁଜ ଏଜେନ୍ସି ରାଜ୍ୟ ମିଡିଆର ସୂଚନାକୁ ଆଧାର କରି ଦେଇଥିବା ଖବର ଅନୁଯାୟୀ, ଉତ୍ତର କୋରିଆରେ କୋଭିଡ-୧୯ କାରଣରୁ ଜ୍ୱରରେ ୬ ଜଣଙ୍କର ମୃତ୍ୟୁ ହେଲାଣି । ଏହାସହ ୧,୮୭,୦୦୦ଲୋକଙ୍କ ନିକଟରେ ଜ୍ୱରର ଲକ୍ଷଣ ଦେଖାଦେବାରୁ ସେମାନଙ୍କୁ ଆଇସୋଲେଶନରେ ରଖି ଚିକିତ୍ସା କରାଯାଉଛି ।
ଏହାପୂର୍ବରୁ ଗୁରୁବାର ଉତ୍ତର କୋରିଆରେ କରୋନାର ଓମିକ୍ରନ୍ ଭାରିଏଣ୍ଟର ପ୍ରଥମ ସଂକ୍ରମିତ ଚିହ୍ନଟ ହୋଇଥିବା କୁହାଯାଇଥିଲା । ଏହାପରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ସାରା ଦେଶରେ ଲକଡାଉନ ଘୋଷଣା କରିଥିଲେ । ଅଧିକାରୀଙ୍କ ସୂଚନା ଅନୁଯାୟୀ, ଯେଉଁ ବ୍ୟକ୍ତି କରୋନାରେ ସଂକ୍ରମିତ ବୋଲି ଚିହ୍ନଟ ହୋଇଥିଲେ ସେ କିଛିଦିନ ହେବ ଜ୍ୱରରେ ପୀଡିତ ଥିଲେ । ଯାଞ୍ଚ ପରେ ଜଣାପଡିଥିଲା କି ବ୍ୟକ୍ତି ଜଣକ ଓମିକ୍ରନ୍ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri