Categories: ଜାତୀୟ

ଦେଶରେ କରୋଗ୍ରାଫ୍‌ ସାମାନ୍ୟ ତଳମୁହାଁ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୨୧।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୨,୫୯,୫୫୧ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୨୦୯ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨ କୋଟି ୬୦ଲକ୍ଷ ୩୧ ହଜାର ୯୯୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୨ କୋଟି ୨୭ ହଜାର ୧୨ ହଜାର ୭୩୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩୦ଲକ୍ଷ ୨୭ହଜାର ୯୨୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୧ ହଜାର ୩୩୧କୁ ବୃଦ୍ଧି ପାଇଛି।

Share