Posted inଜାତୀୟ

କମୁନାହିଁ କରୋନା ସଂକ୍ରମଣ ସଂଖ୍ୟା: ୨୪ ଘଣ୍ଟାରେ ୬୪୦ ନୂଆ ମାମଲା ରେକର୍ଡ, କେରଳରେ ଆଉ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୧: କେରଳରେ କରୋନା ଭାଇରସର ନୂଆ ଭରିଆଣ୍ଟ ଜେଏନ୍‌.୧ ସଂକ୍ରମଣ ମାମଲା ଆସିବା ପରେ କେରଳରେ ପରିସ୍ଥିତି ଗମ୍ଭୀର ହେବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ସକାଳେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୬୪୦ଟି ନୂଆ ମାମଲା ରେକର୍ଡ କରାଯାଇଛି। ଯେଉଁଥିରୁ କେବଳ କେରଳରେ ୨୬୫ ଆକ୍ରାନ୍ତ ଅଛନ୍ତି । ଏହା ବ୍ୟତୀତ କେରଳରେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଦେଶରେ ବର୍ତ୍ତମାନ ୨୯୯୭ଟି ସକ୍ରିୟ ମାମଲା ରହିଛି।

ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବା ଆରମ୍ଭ କରିବାକୁ ଏବଂ ାକ୍ତରଖାନା କିମ୍ବା ଜନଗହଳି ପୂର୍ଣ୍ଣ ସ୍ଥାନରୁ ଫେରିବା ପରେ ସାନିଟାଇଜର ବ୍ୟବହାର କରିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଦୁଇ ଦିନ ପୂର୍ବେ କର୍ନାଟକରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ସଂକ୍ରମଣକୁ ନେଇ ଚିନ୍ତା ବଢିବାରେ ଲାଗିଛି। କେରଳରେ ମାମଲା ବୃଦ୍ଧି ହେତୁ ପଡୋଶୀ ରାଜ୍ୟ ତାମିଲନାଡୁ, କର୍ନାଟକ ଏବଂ ଗୋଆରେ ବିଶେଷ ସତର୍କତା ଅବଲମ୍ବନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri