ସାମାନ୍ୟ ନୁହେଁ ଓମିକ୍ରନ୍‌: ଏକ ସପ୍ତାହ ମଧ୍ୟରେ ବିଶ୍ୱରେ ଦେଢ କୋଟି ସଂକ୍ରମିତ, ୪୮ ହଜାର ମୃତ୍ୟୁ

ଜେନେଭା,୧୩ ।୧: ସାରା ବିଶ୍ୱରେ କରୋନା ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ହୋଇଚାଲିଛି । ଇତିମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଏକ ନୂଆ ରିପୋର୍ଟରେ ଦର୍ଶାଇଛି ଗତ ସପ୍ତାହ ମଧ୍ୟରେ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ୫୫ ପ୍ରତିଶତ ବୃଦ୍ଧି ହୋଇଛି । ମଙ୍ଗଳବାର ରାତିରେ ଜାରି କରାଯାଇଥିବା ରିପୋର୍ଟରେ ଡବ୍ଲୁଏଚଓ କହିଛି ଗତ ସପ୍ତାହରେ ପାଖାପାଖି ୧୫ ମିଲିୟନ ଅର୍ଥାତ୍ ଦେଢ କୋଟି ନୂଆ କୋଭିଡ ସଂକ୍ରମିତ ମାମଲା ସାମ୍ନାକୁ ଆସିଛି । ଏହାସହ ୪୩ ହଜାରରୁ ଅଧିକ ମୃତ୍ୟୁ ହୋଇଛି । ତେବେ ମୃତ୍ୟୁ ସଂଖ୍ୟା ସ୍ଥିର ଥିବା ରିପୋର୍ଟ ଦର୍ଶାଯାଇଛି । ଆଫ୍ରିକାକୁ ବାଦ୍ ଦେଇ ବିଶ୍ୱର ଅନ୍ୟ ସମସ୍ତ ଦେଶରେ କୋଭିଡ ସଂକ୍ରମଣରେ ବୃଦ୍ଧି ହୋଇଛି । ହେଲେ ଆଫ୍ରିକାରେ କରୋନା ସଂକ୍ରମଣ ୧୧ ପ୍ରତିଶତ କମ ହୋଇଛି ।
ଡବ୍ଲୁଏଚଓର ମହାନିର୍ଦ୍ଦେଶକ ଟେଡ୍ରୋସ ଆଦାନମ ଗେବ୍ରିୟେସସ କହିଛନ୍ତି ଗତ ସପ୍ତାହରେ କରୋନା ସଂକ୍ରମଣରେ ପ୍ରାୟ ଦେଢ କୋଟି ନୂଆ ରୋଗୀଙ୍କୁ ଚିହ୍ନଟ କରାଯାଇଛି । ଏବେ ପର୍ଯ୍ୟନ୍ତ ଗୋଟିଏ ସପ୍ତାହରେ ହୋଇଥିବା ସଂକ୍ରମଣଠାରୁ ଏହା ସର୍ବାଧିକ । ତେବେ ଅଧିକାଂଶ ସଂକ୍ରମଣ ଓମିକ୍ରନ୍ ଭାରିଏଣ୍ଟ ଯୋଗୁୁ ହୋଇଥିବା ସେ କହିଛନ୍ତି । ଏବେ ଓମିକ୍ରନ୍ ଡେଲ୍ଟାର ସ୍ଥାନ ନେଇଛି । ଯେଉଁମାନେ ପୂର୍ବରୁ ସଂକ୍ରମିତ ହୋଇ ସାରିଛନ୍ତି ଓ ଯେଉଁମାନେ ଟିକା ନେଇ ସାରିଛନ୍ତି ସେମାନେ ବି କରୋନାରେ ସଂକ୍ରମିତ ହେଉଥିବା ଡବ୍ଲୁଏଚଓ ମୁଖ୍ୟ ପ୍ରକାଶ କରିଛନ୍ତି । ତେବେ ଓମିକ୍ରନକୁ ହାଲୁକା ଭାବେ ନ ନେଇ କରୋନାର ସମସ୍ତ ନିୟମ ପାଳନ କରିବାକୁ ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?