କରୋନା ଭାଇରସ କେତେ ଭୟଙ୍କର ତାହା ଏବେ ଟ୍ରମ୍ପ ବୁଝିଯିବା ଉଚିତ: ବେଡେନ

ୱାଶିଂଟନ,୩ ।୧୦: ଠିକ୍ ରାଷ୍ଟପତି ନିର୍ବାଚନ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହି ସମୟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପଙ୍କ ବିପକ୍ଷରେ ଲଢୁଥିବା ଡେମୋକ୍ରାଟିକ୍ ପାର୍ଟିର ପ୍ରାର୍ଥି ଜୋ ବେଡେନ ପୁଣିଥରେ ଟ୍ରମ୍ପଙ୍କୁ ସଚେତନ କରାଇଛନ୍ତି । ସେ କହିଛନ୍ତି ଟ୍ରମ୍ପଙ୍କୁ କରୋନା ପୁଣିଥରେ ମନେପକାଇ ଦେଇଛି ଏହା କେତେ ଭୟଙ୍କର । ଏହାସହ ଆମେରିକାବାସୀଙ୍କୁ ବେଡେନ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସୋସିଆଲ ଡିଷ୍ଟାନସିଂକୁ ପାଳନ କରିବାକୁ ଅନୁରୋଧ କରିଛନ୍ତି । ଏହାସହ ବେଡେନ କହିଛନ୍ତି ଆମେରିକାର ଫାଷ୍ଟ ଲେଡି ଓ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ମୁଁ ଓ ମୋର ସହଦର୍ମିଣୀ ପ୍ରାର୍ଥନା କରୁଛି ସେମାନେ ଶୀଘ୍ର ସୁସ୍ଥ ହୋଇ ଯାଆନ୍ତୁ । ଏହା ରାଜନୀତିର ମାମଲା ନୁହେଁ । ଏହାଆମକୁ ପୁଣିଥରେ ମନେପକାଇ ଦେଇଛି ଯେ ଏହି ଭାଇରସକୁ ଆମେ ଏତେ ହାଲୁକା ଭାବେ ନେବା ଠିକ୍ ନୁହେଁ । ଏହା ଥରେ ସଂକ୍ରମଣ ହେଲେ ଆପଣାଛାଏଁ ଚାଲି ଯିବନି ବରଂ ଏଥିପାଇଁ ଆମକୁ କେତେ ଗୁଡିଏ ନିୟମ ପାଳନ କରିବାକୁ ପଡିବ । ବେଡେନଙ୍କ ମତରେ ଯଦି ଆମେ ଠିକ୍ ଭାବେ ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦେବା ତେବେ ହୁଏତ ୧୦୦ ଦିନ ମଧ୍ୟରେ ୧ଲକ୍ଷ ଲୋକଙ୍କ ଜୀବନ ବଞ୍ଚାଇ ପାରିବା । ମାସ୍କ କେବଳ ପିନ୍ଧିଥିବା ବ୍ୟକ୍ତିଙ୍କୁ ସୁରକ୍ଷା ଦେଇଥାଏ ତା’ ନୁହେଁ ଏହା ଅନ୍ୟମାନଙ୍କୁ ମଧ୍ୟ ସୁରକ୍ଷିତ ରଖିବାରେ ସାହାଯ୍ୟ କରିଥାଏ । ସୂଚନାଯୋଗ୍ୟ, କରୋନା ମହାମାରୀ ସଂକ୍ରମଣରେ ଏବେ ପର୍ଯ୍ୟନ୍ତ ଆମେରିକାରେ ପାଖାପାଖି ୨ଲକ୍ଷ ୭ ହଜାର ଲୋକଙ୍କ ମୃତ୍ୟୁ ହେଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri