ପୁଣି କାୟା ମେଲାଉଛି କରୋନା

ସୁନ୍ଦରଗଡ଼,୨୪।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲାରେ ଏବେ ପୁଣି କାୟା ମେଲାଉଛି କରୋନା। ଶନିବାର ରାତିରେ ସୁନ୍ଦରଗଡ଼ କୋଭିଡ୍‌ କେୟାର ହସପିଟାଲରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା ବେଳେ ଗତ ୫ତାରିଖରେ ରାଉରକେଲାରେ ଜଣଙ୍କର ମୃତ୍ୟୁ ଘଟିଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଏନେଇ ସ୍ପଷ୍ଟ କରିଛି। ଜିଲା ସ୍ବାସ୍ଥ୍ୟ ବିଭାଗର ସୂଚନା ମୁତାବକ ଜିଲାରେ ଗତ ମାର୍ଚ୍ଚ ୩୧ରୁ ଚଳିତ ୨୨ଅପ୍ରେଲ ପର୍ଯ୍ୟନ୍ତ ୧୦୪୧୪ ବ୍ୟକ୍ତିଙ୍କ ନମୂନା ପରୀକ୍ଷା କରାଯାଇଛି। ଏଥିରୁ ଆର୍‌ଟିପିସିଆର ପାଇଁ ୪୪୭୨ ନମୂନା ଏବଂ ଆରଏଟି ସହିତ ୫୯୩୭ ନମୁନା ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୧୫୨୫ଟି ନମୁନା ପଜିଟିଭ ଚିହ୍ନଟ ହୋଇଛି। ଏହି ସମୟରେ ୫୨୨ ଜଣ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି। ରାଉରକେଲା ଆର୍‌ଜିଏଚ୍‌ ଏବଂ ସୁନ୍ଦରଗଡ଼ ସରକାରୀ ମେଡ଼ିକାଲ କଲେଜ ଏବଂ କୋଭିଡ କେୟାର ହସ୍ପିଟାଲରେ ଚିକିତ୍ସା ବ୍ୟବସ୍ଥା ହୋଇଛି। ୯୮୫ଟି କେଶ ହୋମ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟ ସ୍ଥିତିକୁ ନିୟମିତ ନଜର ରଖାଯାଇଛି। ଜନସାଧାରଣ ମାସ୍କ ବ୍ୟବହାର ସହ କୋଭିଡ୍‌ର ଉପଯୁକ୍ତ ଆଚରଣ ପାଳନ କରିବା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି। ଜିଲାରେ ବର୍ତ୍ତମାନ ସୁଦ୍ଧା ଜଣଙ୍କର କୋଭିଡ୍‌ରେ ମୃତ୍ୟୁ ଘଟିଥିବାବେଳେ ଶନିବାର ରାତିରେ ମୃତ୍ୟୁ ହୋଇଥିବା ବ୍ୟକ୍ତି କୋଭିଡ୍‌ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ହେଲେ ତାଙ୍କର ମଧୁମେହ ଓ ଅନ୍ୟାନ୍ୟ ଜଟିଳତା ଥିବାରୁ ତାଙ୍କର ମୃତ୍ୟୁର କାରଣ ଯାଞ୍ଚ ପରେ ସ୍ପଷ୍ଟ କରାଯିବ ବୋଲି ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା.ସରୋଜ କୁମାର ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri