Posted inଜାତୀୟ

Jn.1 Variant: ରୋଗ ପ୍ରତିଶୋଧକ ଶକ୍ତି ଥିଲେ ବି ସଂକ୍ରମିତ କରୁଛି ନୂଆ ଭ୍ୟାରିଆଣ୍ଟ,ଏହି ୫ ଲକ୍ଷଣ ଦେଖିଲେ ହୁଅନ୍ତୁ ସାବଧାନ 

ନୂଆଦିଲ୍ଲୀ,୨୨।୧୨: ପୁଣି ଫେରିଛି କରୋନା। ଜେଏନ୍‌.୧ କୋଭିଡ-୧୯ ଭ୍ୟାରିଆଣ୍ଟ ଦେଶ ତଥା ବିଦେଶରେ ବ୍ୟାପିବାରେ ଲାଗିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଭାରତରେ ଗୁରୁବାର ୫୯୪ ନୂଆ କରୋନା-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୧୧ରୁ ବୃଦ୍ଧି ପାଇ ୧୬୯୯ ହୋଇଛି। ଆଗାମୀ ଦିନରେ ଏହା ବଢ଼ିବ ବୋଲି ଅନୁମାନ କରାଯାଉଛି।
ଜେଏନ୍‌. ୧ ଓମିକ୍ରନ୍‌ର ସବ୍‌ ଭ୍ୟାରିଆଣ୍ଟ ବିଏ.୨.୮୬ରୁ ନିର୍ମିତ ହୋଇଛି। ୨୦୨୨ ଆରମ୍ଭରୁ ବିଏ.୨.୮୬ ହଜାର ହଜାର ସଂଖ୍ୟାରେ ଲୋକଙ୍କୁ ଆକ୍ରାନ୍ତ କରି ମୃତ୍ୟୁମୁଖରେ ପକାଇଥିଲା। ଏହା ଉପରେ ଅଧ୍ୟୟନ ଜାରି ରହିଥିବା ଡବ୍ଲୁଏଚ୍‌ଓ କହିଥିବା ବେଳେ ଭାଇରସ୍‌ଟି ରୋଗପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କୁ ମଧ୍ୟ ଆକ୍ରାନ୍ତ କରୁଥିବା କହିଛି। ତେବେ ଶୀତ ପଡ଼ୁଥିବାରୁ ସାବଧାନ ରହିବା ଉଚିତ ବୋଲି କୁହାଯାଇଛି।
ଲକ୍ଷଣ:
କରୋନା ସଂକ୍ରମଣର ଲକ୍ଷଣ ପ୍ରାୟ ସମସ୍ତ ଭ୍ୟାରିଆଣ୍ଟ ମଧ୍ୟରେ ସମାନ ରହିଛି। ସିଡିସି ମୁତାବକ ଜେଏନ୍‌.୧ରେ ପୀଡ଼ିତ ହୋଇଥିବା ରୋଗୀଙ୍କଠାରେ ଜ୍ୱର, ଥଣ୍ଡା, କାଶ, ତଣ୍ଟି ଦରଜ, ମୁଣ୍ଡବିନ୍ଧା, ବାନ୍ତି, ଅତ୍ୟଧିକ ଥଣ୍ଡା ଅନୁଭୂତ ହେବା ଏବଂ ପତଳା ଝାଡ଼ା ଆଦି ଲକ୍ଷଣ ରହିଛି।
କ’ଣ କରିବେ?
କରୋନା ମାମଲା ବଢ଼ୁଥିବାରୁ ଭିଡ଼ ସ୍ଥାନରେ ମାସ୍କ ପରିଧାନ କରନ୍ତୁ। କାଶିବା ନଚେତ ଛିଙ୍କିବା ସମୟରେ ମୁହଁ ଏବଂ ନାକକୁ ଘୋଡ଼ାଇ ନିଅନ୍ତୁ। ହାତକୁ ଭଲ ଭାବେ ଧୁଅନ୍ତୁ। ଏହାଛଡ଼ା ଯଦି ଟିକା ଲଗାଇ ନାହାନ୍ତି ତେବେ ଲଗାଇ ନିଅନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri