Posted inଜାତୀୟ

ଭାଜପା ବିଧାୟକଙ୍କ ବିବାହରେ କରୋନା କଟକଣାର ଉଲ୍ଲଂଘନ: ସାମିଲ ହୋଇଥିଲେ ଫଡନବିଶ!

ମୁମ୍ବାଇ,୨୨ ।୧୨: ମହାରାଷ୍ଟ୍ରରେ ଏବେବି ଦିନକୁ ଶହ ଶହ ସଂଖ୍ୟାରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେଥିପାଇଁ ସରକାର ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଥିବା ବେଳେ କରୋନା କଟକଣା ମାନି ଚଳିବାକୁ ବାରମ୍ବାର କହୁଛନ୍ତି । ହେଲେ ଏଠାରେ ଏକ ବିବାହ ଉତ୍ସବରେ ଏହି କଟକଣାକୁ ସମ୍ପୂର୍ଣ୍ଣ ରୂପେ ଭୁଲି ଯାଇଛନ୍ତି ଲୋକେ । ଏମିତିକି ମହାରାଷ୍ଟ୍ରର ନେତାମାନେ ମଧ୍ୟ ଏଥିପ୍ରତି ସଚେତନ ନ ଥିବା ଦେଖାଯାଇଛି । ଅନୁମାନ କରାଯାଏ କି ନେତାମାନେ ନିଜେ ନିୟମ ମାନିଲେ ଜନତା ସେମାନଙ୍କଠାରୁ ପ୍ରେରଣା ପାଇବେ ହେଲେ ଏହାର ଓଲଟା ଚିତ୍ର ଏବେ ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ, ମହାରାଷ୍ଟ୍ରର ପୁଣେରେ ଜଣେ ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକଙ୍କର ବିବାହ ଅନୁଷ୍ଠିତ ହୋଇଥିଲା । ହେଲେ ଏଠାରେ କରୋନା ନିୟମର ସମ୍ପୂର୍ଣ୍ଣ ଉଲ୍ଲଂଘନ କରାଯାଇଥିବା ଦେଖାଯାଇଛି । ଏଥିରେ ଶହ ଶହ ସଂଖ୍ୟାରେ ଲୋକ ଯୋଗ ଦେଇଥିବା ବେଳେ ନେତାମାନେ ମଧ୍ୟ ମାସ୍କ ପିନ୍ଧି ନ ଥିବା ଦେଖାଯାଇଥିଲା । ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି କି ମହାରାଷ୍ଟ୍ର ଭାଜପାର ମୁଖ୍ୟ ଚନ୍ଦ୍ରକାନ୍ତ ପାଟିଲ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ମଧ୍ୟ ବିନା ମାସ୍କରେ ଲୋକମାନଙ୍କ ସହ ମିଳାମିଶା କରୁଛନ୍ତି । ଏହାସହ କେହି ବି ସାମାଜିକ ଦୂରତା ବଜାୟ ରଖୁ ନ ଥିଲେ । ମହାରାଷ୍ଟ୍ର ସରକାରଙ୍କ ନିୟମ ଅନୁଯାୟୀ, ବିବାହରେ କେବଳ ୫୦ ଲୋକ ଯୋଗ ଦେଇପାରିବାର ନିର୍ଦ୍ଦେଶ ରହିଛି । ହେଲେ ଉକ୍ତ ବିବାହ ଉତ୍ସବରେ ଶହ ଶହ ଲୋକଙ୍କୁ ଦେଖିବାକୁ ମିଳିଛି । କିନ୍ତୁ ଏନେଇ ପୋଲିସରେ କୌଣସି ଅଭିଯୋଗ ଏପର୍ଯ୍ୟନ୍ତ ହୋଇ ନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri