ଡିସେମ୍ବର ୧୪ରୁ ଦଶମ, ଦ୍ୱାଦଶ ଶିକ୍ଷାର୍ଥିଙ୍କ ପାଇଁ ଖୋଲିବ ସ୍କୁଲ: କରୋନା ଯାଞ୍ଚ ପରେ କ୍ଲାସକୁ ଯିବାକୁ ମିଳିବ ଅନୁମତି

ଚଣ୍ଡିଗଡ଼,୧୦।୧୨: କରୋନା ମହାମାରୀ ମଧ୍ୟରେ ହରିଆଣାରେ ପୁଣିଥରେ ଡିସେମ୍ବର ୧୪ରୁ ସ୍କୁଲ ଖୋଲିବା ନେଇ ପ୍ରସ୍ତୁତି କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରତିଦିନ ସକାଳ ୧୦ଟାରୁ ଦ୍ୱିପ୍ରହର ୧ଟା ପର୍ଯ୍ୟନ୍ତ ମାତ୍ର ୩ଘଣ୍ଟା ପାଇଁ ଛାତ୍ରୀଛାତ୍ରଙ୍କ କ୍ଲାସ୍‌ ଚାଲିବ। ତେବେ ସ୍କୁଲ ଆସିବା ପୂର୍ବରୁ ଛାତ୍ରୀଛାତ୍ରଙ୍କ ନିକଟରେ କରୋନା ଟେଷ୍ଟ ରିପୋର୍ଟ ରହିବା ବାଧ୍ୟତାମୂଳକ କରାଯାଇଛି। ଆଉ ଏହି ମେଡିକାଲ ରିପୋର୍ଟ ୭୨ ଘଣ୍ଟାରୁ ଅଧିକ ପୁରୁଣା ହୋଇ ନ ଥିବ। ଜିଲାର ଅଧିକାରୀମାନେ ମାଗଣାରେ ପିଲାମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରି ରିପୋର୍ଟ ଦେବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏତଦ୍‌ ବ୍ୟତୀତ ଛାତ୍ରୀଛାତ୍ର ସ୍କୁଲକୁ ଆସିବା ନେଇ ମାତାପିତାଙ୍କ ଅନୁମତି ମଧ୍ୟ ଆବଶ୍ୟକ ବୋଲି ହରିଆଣା ସରକାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସେହିପରି ଡିସେମ୍ବର ୨୧ରୁ ୯ମ ଓ ଏକାଦଶ ଶ୍ରେଣୀର ପିଲାଙ୍କ ପାଇଁ ମଧ୍ୟ ସ୍କୁଲ ଖୋଲିବ ବୋଲି ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାର୍ଚ୍ଚ ମାସରୁ ଦେଶର ସମସ୍ତ ସ୍କୁଲ ଓ କଲେଜ ଗୁଡ଼ିକ ବନ୍ଦ ରହିଛି। ବର୍ତ୍ତମାନ ନିଜ ରାଜ୍ୟର ସ୍ଥିତି ସମୀକ୍ଷା କରି ସ୍କୁଲ ଖୋଲିବା ନେଇ ରାଜ୍ୟରକାରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଦେଇଛନ୍ତି କେନ୍ଦ୍ର ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri