Posted inଫୁରସତ

ହସ୍ପିଟାଲ ଆଇସିୟୁରେ ଥିବା କରୋନା ସଂକ୍ରମିତ ପ୍ରେମିକଙ୍କୁ ବିବାହ କଲେ ଏହି ଯୁବତୀ, କାରଣ ଜାଣିଲେ ହେବେ…

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣକୁ ନେଇ ବିଶ୍ୱବାସୀ ଚିନ୍ତାରେ। ଏବେ ପର୍ଯ୍ୟନ୍ତ କରାଯାଇଥିବା ଆକଳନ ଅନୁଯାୟୀ ୨.୧୮ କୋଟିରୁ ଅଧିକ ଲୋକ ଏଥିରେ ସଂକ୍ରମିତ ହୋଇଛନ୍ତି। ଏପରିକି ୭.୭୩ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଛି। ଘାତକ ମହାମାରୀ ଯୋଗୁ ଅନେକ ନିଜର ପ୍ରିଜୟନଙ୍କୁ ହରାଇ ସାରିଲେଣି। ହେଲେ ଆମେରିକାର ଟେକ୍ସସରେ ରହୁଥିବା କାର୍ଲୋସ ମୁନିଜଙ୍କ କ୍ଷେତ୍ରରେ କରୋନା ନିଆରା ଅନୁଭୂତି ଆଣିଦେଇଛି। କାରଣ ହସ୍ପିଟାଲ ବେଡ୍‌ରେ ଥାଇ କାର୍ଲୋସ ବିବାହ କରିଛନ୍ତି।

ଟେକ୍ସସର ସାନ୍‌ ଆଣ୍ଟୋନିଆରେ ରହୁଥିବା କାର୍ଲୋସ ନିଜ ପ୍ରେମିକା ଗ୍ରେସଙ୍କୁ ବିବାହ କରିଛନ୍ତି। ସେ ବି ଚିକିତ୍ସା ହେଉଥିବା ହସ୍ପିଟାଲରେ। ଏହି ସମୟରେ କେବଳ ଡାକ୍ତର ଓ ଅନ୍ୟ କର୍ମଚାରୀଙ୍କ ସହ ପରିବାରର କିଛି ସଦସ୍ୟ ଉପସ୍ଥିତ ଥିଲେ।

ପୂର୍ବରୁ ଗ୍ରେସ୍‌ଙ୍କ ସହ କାର୍ଲୋସଙ୍କ ବିବାହ ସ୍ଥିର କରାଯାଇଥିଲା। ହେଲେ କାର୍ଲୋସ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ପରେ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଦିନକୁ ଦିନ ଅବସ୍ଥା ଖରାପ ହେଉଥିବାରୁ ତାଙ୍କୁ ଆଇସିୟୁକୁ ପଠାଇବାକୁ ପଡ଼ିଥିଲା। ଏହି ସମୟରେ ଗ୍ରେସ୍‌ ଡାକ୍ତରଖାନାରେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଶେଷରେ ତାହା ହିଁ ହୋଇଥିଲା। ଏବେ ଏହାର ଭିଡିଓ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ଆଜି ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!

୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri