ଆଜି ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୫୭ ଜଣ ଅଛନ୍ତି। ଏହି ୪୭୧ଜଣଙ୍କ ମଧ୍ୟରୁ ୨୫୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୭ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୮୩୩ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୦୨୧୨୮ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୬୫୪୮।