ଆଜି ରାଜ୍ୟରେ ୯୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୯।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୫୩ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୩୯୨ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୧୧୦ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୦୦ ହଜାର ୮୭୩ରେ ପହଞ୍ଚିଛି।