ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୫୨୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୫୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୫୧୧ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୪୨ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରୁ ୧୦୮୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲାରୁ ୨୪ ଘଣ୍ଟା ମଧ୍ୟରେ ୯୩୦ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାପରେ ରହିଛି ସୁନ୍ଦରଗଡ ଜିଲା। ଏଠାରୁ ୭୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁର ୪୦୦, ମୟୂରଭଞ୍ଜରୁ ୫୪୬, ବରଗଡ଼ରୁ ୩୧୫, ଝାରସୁଗୁଡ଼ାରୁ ୩୭୩, ନୟାଗଡ଼ ୩୧୫, ପୁରୀରୁ ୫୬୮, ନୂଆପଡ଼ାରୁ ୧୨୯ ଜଣ, ଯାଜପୁରରୁ ୪୧୯, ଜଗତସିଂହପୁରରୁ ୩୨୫, କଳାହାଣ୍ଡିରୁ ୪୯୧, ଗଞ୍ଜାମରୁ ୩୬୯, ବୌଦ୍ଧରୁ ୩୬୫, ଢେଙ୍କାନାଳରୁ ୧୩୨, ଭଦ୍ରକରୁ ୧୭୭, ବଲାଙ୍ଗୀରରୁ ୨୯୬, ସୁବର୍ଣ୍ଣପୁରରୁ ୨୦୨, କେନ୍ଦ୍ରାପଡା ୧୯୫, କେନ୍ଦୁଝରରୁ ୨୩୨, କୋରାପୁଟରୁ ୨୩୩, ରାୟଗଡା ୩୨୧, ଦେବଗଡ ୧୦୬, ଗଜପତିରୁ ୫୩, କନ୍ଧମାଳରୁ ୧୦୦, ମାଲକାନଗିରିରୁ ୭୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁଲ୍‌ରୁ ୩୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬ଲକ୍ଷ ୬୮ ହଜାର ୪୨୨କୁ ବୃଦ୍ଧି ପାଇଛି। ଆକ୍ଟିଭ ୧ ଲକ୍ଷ ୯ ହଜାର ୪୩୮ ଜଣ ଥିବା ବେଳେ ସୁସ୍ଥ ହେଲେଣି ୫ ଲକ୍ଷ ୫୬ ହଜାର ୫୦୧ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri