ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୫୨୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୫୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୫୧୧ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୪୨ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରୁ ୧୦୮୪ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲାରୁ ୨୪ ଘଣ୍ଟା ମଧ୍ୟରେ ୯୩୦ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାପରେ ରହିଛି ସୁନ୍ଦରଗଡ ଜିଲା। ଏଠାରୁ ୭୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁର ୪୦୦, ମୟୂରଭଞ୍ଜରୁ ୫୪୬, ବରଗଡ଼ରୁ ୩୧୫, ଝାରସୁଗୁଡ଼ାରୁ ୩୭୩, ନୟାଗଡ଼ ୩୧୫, ପୁରୀରୁ ୫୬୮, ନୂଆପଡ଼ାରୁ ୧୨୯ ଜଣ, ଯାଜପୁରରୁ ୪୧୯, ଜଗତସିଂହପୁରରୁ ୩୨୫, କଳାହାଣ୍ଡିରୁ ୪୯୧, ଗଞ୍ଜାମରୁ ୩୬୯, ବୌଦ୍ଧରୁ ୩୬୫, ଢେଙ୍କାନାଳରୁ ୧୩୨, ଭଦ୍ରକରୁ ୧୭୭, ବଲାଙ୍ଗୀରରୁ ୨୯୬, ସୁବର୍ଣ୍ଣପୁରରୁ ୨୦୨, କେନ୍ଦ୍ରାପଡା ୧୯୫, କେନ୍ଦୁଝରରୁ ୨୩୨, କୋରାପୁଟରୁ ୨୩୩, ରାୟଗଡା ୩୨୧, ଦେବଗଡ ୧୦୬, ଗଜପତିରୁ ୫୩, କନ୍ଧମାଳରୁ ୧୦୦, ମାଲକାନଗିରିରୁ ୭୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁଲ୍‌ରୁ ୩୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬ଲକ୍ଷ ୬୮ ହଜାର ୪୨୨କୁ ବୃଦ୍ଧି ପାଇଛି। ଆକ୍ଟିଭ ୧ ଲକ୍ଷ ୯ ହଜାର ୪୩୮ ଜଣ ଥିବା ବେଳେ ସୁସ୍ଥ ହେଲେଣି ୫ ଲକ୍ଷ ୫୬ ହଜାର ୫୦୧ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?