Coronavirus virus outbreak and coronaviruses influenza background as dangerous flu strain cases as a pandemic medical health risk concept with disease cells as a 3D render
ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୬୩ ଜଣ ଅଛନ୍ତି। ଏହି ୫୬୫ ଜଣଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୩୭ ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୨୫୬କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୨୫୮୭୪ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୫୫୧୩।