ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୦ ଜଣ ଅଛନ୍ତି। ଏହି ୫୯୩ ଜଣଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୪୭ ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୯୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ହଜାର ୪୧୨କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୧୬୧୬୫ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୪୯୬୭।


