ଏହି ରାଜ୍ୟକୁ ଆସିଲେ ଆରଟି-ପିସିଆର ରିପୋର୍ଟ ବାଧ୍ୟତାମୂଳକ

ଡେରାଡୁନ,୧୨।୭: ଦେଶରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ଆଉ କେତେକ ରାଜ୍ୟରେ ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଉଛି। ଗତ କିଛି ଦିନରୁ ଉତ୍ତରାଖଣ୍ଡରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ସରକାର କିନ୍ତୁ କଟକଣା କୋହଳ କରିବାକୁ ଚାହୁଁନାହାନ୍ତି। ଇତିମଧ୍ୟରେ ଉତ୍ତରାଖଣ୍ଡକୁ ଅନ୍ୟ ରାଜ୍ୟରୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କରୋନା ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ତେବେ ଦିଲ୍ଲୀ ଓ ଉତ୍ତରପ୍ରଦେଶ ସମେତ ଅନ୍ୟ ରାଜ୍ୟରୁ ଉତ୍ତରାଖଣ୍ଡକୁ ଆସିଲେ ଆରଟିପିସିଆର, ଆଣ୍ଟିଜେନ କିମ୍ବା ରାପିଡ ଟେଷ୍ଟର ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ ରହିବ। ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ସୀମାରେ ପର୍ଯ୍ୟଟକଙ୍କ କରୋନା ନେଗେଟିଭ୍‌ ରିପୋର୍ଟ ଯାଞ୍ଚ କରାଯିବ ବୋଲି ଜଣାପଡ଼ିଛି। ଯଦି କୌଣସି ପର୍ଯ୍ୟଟକ ବିନା ରିପୋର୍ଟରେ ଉତ୍ତରାଖଣ୍ଡକୁ ଆସନ୍ତି ତେବେ ସେମାନଙ୍କୁ ଫେରାଇ ଦିଆଯିବ ବୋଲି ଡିଆଇଜି ନିଲେଶ ଆନନ୍ଦ ଭରନେ ସୂଚନା ଦେଇଛନ୍ତି। ଏଥିସହ ସ୍ମାର୍ଟ ସିଟି ପୋର୍ଟାଲରେ ପଞ୍ଜିକରଣ ଓ ହୋଟେଲ ବୁକିଂ ସମ୍ବନ୍ଧୀୟ ସମସ୍ତ କାଗଜ ପତ୍ର ସାଙ୍ଗରେ ଥିଲେ ହିଁ ରାଜ୍ୟରେ ପ୍ରବଶ କରିବାକୁ ପର୍ଯ୍ୟଟକଙ୍କୁ ଅନୁମତି ମିଳିବ ବୋଲି ନିଲେଶ ଆନନ୍ଦ କହିଛନ୍ତି। ସୂଚନା ମୁତାବକ ନିକଟରେ ହରିଦ୍ୱାରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଯୋଗୁ ପୋଲିସ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri