ଦିଲ୍ଲୀ-ଏନ୍‌ସିଆରରୁ ଆସୁଥିବା ବ୍ୟକ୍ତିଙ୍କ ହେବ କରୋନା ଟେଷ୍ଟ: ପଜିଟିଭ୍‌ ଆସିଲେ ଫେରିବେ ନିଜ ରାଜ୍ୟକୁ; ଉତ୍ତରାଖଣ୍ଡ ସରକାର

ଡେରାଡୁନ,୨୬।୧୧: ଦେଶରେ ପୁଣି ଥରେ କରୋନା ସଂକ୍ରମଣ ଲଗାତର ବୃଦ୍ଧି ପାଉଥିବା ମାମଲାକୁ ଦେଖି ରାଜ୍ୟ ସରକାର ଏବେ କଠୋର ନିଷ୍ପତ୍ତି ନେଉଛନ୍ତି। ଏହି କ୍ରମରେ ଦିଲ୍ଲୀ-ଏନ୍‌ସିଆରରୁ ଆସୁଥିବା ଲୋକଙ୍କ ପାଇଁ ଉତ୍ତରାଖଣ୍ଡ ସରକାର କରୋନା ଟେଷ୍ଟ କରାଇବାକୁ ନିଷ୍ପତ୍ତି ନେଇଛନ୍ତି। ଯାଞ୍ଚ ସମୟରେ ଯଦି କୌଣସି ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୁଅନ୍ତି, ତେବେ ତାଙ୍କୁ ସେଠାରୁ ଫେରାଇ ଦିଆଯିବ ବୋଲି ଉତ୍ତରାଖଣ୍ଡ ସରକାର କହିଛନ୍ତି। ଏଥିପାଇଁ ଡେରାଡୁନ ଏୟାରପୋର୍ଟ, ଆଇଏସ୍‌ବିଟି ଓ ରେଲଓ୍ବେ ଷ୍ଟେସନରେ ସମସ୍ତ ଯାତ୍ରୀଙ୍କ ପୁନଃ କରୋନା ପରୀକ୍ଷା କରାଯିବ। ଯଦି ଯାଞ୍ଚ ସମୟରେ କେହି ପଜିଟିଭ ଚିହ୍ନଟ ହୁଅନ୍ତି, ତେବେ ତାଙ୍କୁ ସେଠାରୁ ଫେରାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାଓ୍ବତ କହିଛନ୍ତି। ଏଥିସହ ରାଜ୍ୟରେ ପୁଣି ଥରେ ଲକ୍‌ଡାଉନ ଜାରି କରାଯିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। କିନ୍ତୁ ପରିସ୍ଥିତି ଏବଂ ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି ରାତି ଓ ଦିନରେ କିଛି ଘଣ୍ଟା ସମୟ ବନ୍ଦ କରାଯାଇପାରେ। ଏଥିସହ କରୋନା ନିୟମ କଡ଼ାକଡ଼ି ପାଳନ କରିବାକୁ ସେ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଯେଉଁମାନେ ମାସ୍କ ପିନ୍ଧୁ ନାହାନ୍ତି ସେମାନଙ୍କ ଚାଲାଣ କାଟିବା ସହ ମାସ୍କ ଉପଲବ୍ଧ କରାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri