ତିଳେଇବଣି ବ୍ଲକଠାରେ କୋଭିଡ-୧୯ ଟିକାକରଣ

ଦେବଗଡ,୧୯ା୧ (ଡ଼ି.ଏନ୍‌.ଏ.)- ଦେବଗଡ ଜିଲାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ କୋଭିଡ଼୍‌-୧୯ ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି ା ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ଭାବେ ଖୋଲା ଯାଇଥିବା କୋଭିଡ -୧୯ ଭ୍ୟାକ୍ସିନ ସେଲ ଠାରେ ଜିଲାପାଳ ସୁଧାଂଶୁ ମୋହନ ସାମଲ ଓ ଜିଲା ମୁଖ୍ୟଚିକିତ୍ସା ଅଧିକାରୀ ଡାକ୍ତର ମନୋଜ କୁମାର ଉପାଧ୍ୟାୟ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଫିତା କାଟି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ା ସୋମବାର ତିଳେଇବଣି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ଡ଼ା.ଅର୍ପିତାଶାନ୍ତି ଲାକ୍ରା ଏବଂ ଡ଼ିପିଏମ୍‌ ଉମେଶ ଚନ୍ଦ୍ର ଷଡ଼ଙ୍ଗୀଙ୍କ ତତ୍ତ୍ୱାବଧାନରେ ପ୍ରଥମେ ଡ଼ା. ଅର୍ପିତା ଶାନ୍ତି ଲାକ୍ରା କୋଭିଡ଼୍‌-୧୯ ଟିକା ନେଇଥିଲେ ା ପରେ ଜିତେନ୍ଦ୍ର କୁମାର ଦ୍ୱିବେଦୀ, ବିପିଏମ୍‌ ନିଶାକର ବେହେରା, ଆଶାକର୍ମୀ ଓ ଅଙ୍ଗନୱାଡ଼ି କର୍ମୀଙ୍କୁ ମିଶାଇ ମୋଟ ୮୫ ଜଣଙ୍କୁ କୋଭିଡ଼-୧୯ ଟିକା ଦିଆଯାଇଥିଲା ା ଉକ୍ତ ଟିକାକରଣ କାର୍ଯ୍ୟକ୍ରମକୁ ବିଡ଼ିଏମ୍‌ ଦିପୁନ ସାହୁ ଓ ଘନଶ୍ୟାମ ସାହୁ ଓ ଦେବାଶିଷ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ ା ସୂଚନାଯୋଗ୍ୟ ଯେ, ଜିଲା ମୁଖ୍ୟ ଡ଼ାକ୍ତରଖାନା ୧୨୯, ତିଳେଇବଣି ୮୫,ବାରକୋଟ ୭୯, ଛତାବର ୧୦୯ ଏପରି ମୋଟ ୪୦୨ ଜଣଙ୍କୁ ଟିକା ଦେଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri