Posted inଜାତୀୟ

ଆସନ୍ତା ମାସରୁ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୧୮।୮: ପିଲାମାନଙ୍କ ଉପରେ କୋଭିଡ୍‌ ଟିକାର ପରୀକ୍ଷା ଚାଲିଥିବା ବେଳେ ଖୁବ୍‌ଶୀଘ୍ର ଏହାର ଫଳାଫଳ ମିଳିବ ବୋଲି ଆଶା କରାଯାଉଛି। ଉକ୍ତ ଫଳାଫଳ ଭାରତର ଔଷଧ ମହାନିୟନ୍ତ୍ରକ (ଡିସିଜିଆଇ)ଙ୍କ ନିକଟରେ ଦାଖଲ କରାଯିବ। ତେଣୁ ସେପ୍ଟେମ୍ବର ସୁଦ୍ଧା କିମ୍ବା ଏହା ପରେ ଭାରତରେ ପିଲାମାନଙ୍କ ପାଇଁ କୋଭିଡ୍‌ ଟିକା ଉପଲବ୍ଧ ହେବ ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ପୁଣେସ୍ଥିତି ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି ନିର୍ଦ୍ଦେଶକ ପ୍ରିୟ ଆବ୍ରାହାମ କହିଛନ୍ତି।

ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗର ଓଟିଟି ଚ୍ୟାନେଲ ‘ଇଣ୍ଡିଆ ସାଇନ୍ସ’କୁ ଏକ ସାକ୍ଷାତ୍‌କାର ଦେଇ ଆବ୍ରାହମ୍‌ କହିଥିଲେ, ସେପ୍ଟେମ୍ବର ସୁଦ୍ଧା ଭାରତ ପିଲାମାନଙ୍କ ପାଇଁ ସ୍ବଦେଶୀ କୋଭିଡ୍‌ ଟିକା ପାଇବାକୁ ଯାଉଛି। ୨ରୁ ୧୮ ବର୍ଷ ବୟସ ବର୍ଗଙ୍କ ଉପରେ କୋଭାକ୍ସିନର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା ଚାଲିଥିବା ସେ କହିଥିଲେ। ସେହିପରି ଜାଇଡସ୍‌ କାଡିଲା କମ୍ପାନୀ ପିଲାମାନଙ୍କ ପାଇଁ ଜାଇକୋଭ୍‌-ଡି ଟିକା ପ୍ରସ୍ତୁତ କରିଛି। ଡିସିଜିଆଇ ଅନୁମୋଦନ ମିଳିଲେ, ଉକ୍ତ ଟିକାକୁ ମଧ୍ୟ ଭାରତର ଟିକାକରଣ କାର୍ଯ୍ୟକ୍ରମରେ ସାମିଲ କରାଯିବ। ଜରୁରୀ ବ୍ୟବହାର ମଞ୍ଜୁରୀ ପାଇଁ ଏହାର ଆବେଦନ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ…

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri