Posted inଜାତୀୟ

ଅକ୍ଟୋବରରୁ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୨୫।୮: ଅକ୍ଟୋବର ପ୍ରଥମ ସପ୍ତାହରୁ ୧୨ ବର୍ଷରୁ ଊର୍ଦ୍ଧ୍ୱ ପିଲାମାନଙ୍କୁ କୋଭିଡ୍‌ ଟିକା ଦିଆଯାଇପାରେ। ଟିକାଦାନରେ ଗୁରୁତର ରୋଗାକ୍ରାନ୍ତ ପିଲାଙ୍କୁ ପ୍ରାଥମିକତା ଦିଆଯିବ। ଦେଶରେ ୧୨ରୁ ୧୭ ବର୍ଷ ବୟସ ବର୍ଗରେ ୧୨ କୋଟି ପିଲା ଅଛନ୍ତି। ପିଲାଙ୍କ ମାନସିକ ଓ ଶାରୀରିକ ବିକାଶ ପାଇଁ ସ୍କୁଲ୍‌ ଖୋଲାଯିବା ଆବଶ୍ୟକ ବୋଲି କୋଭିଡ୍‌ ଓ୍ବାର୍କିଂ ଗ୍ରୁପ୍‌ କହିଛି। ଅନ୍ୟପକ୍ଷେ ସ୍କୁଲ ଶିକ୍ଷକମାନଙ୍କୁ ପ୍ରାଥମିକତା ଆଧାରରେ ଟିକା ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ସେପ୍ଟେମ୍ବର ୫ ଗୁରୁଦିବସ ପୂର୍ବରୁ ସମସ୍ତ ଶିକ୍ଷକ ଟିକା ନେବା ଦରକାର ବୋଲି କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ କହିଛନ୍ତି।

କରୋନା ସ୍ଥିତିରେ ଉନ୍ନତି ଆସିଥିବାରୁ କେତେକ ରାଜ୍ୟରେ ସ୍କୁଲ୍‌ ଖୋଲିଲାଣି। ତେବେ ସମସ୍ତ ଶିକ୍ଷକ ଓ କର୍ମଚାରୀ ଟିକାର ସମ୍ପୂର୍ଣ୍ଣ ଡୋଜ୍‌ ନେଇ ନ ଥିବାରୁ ଏହାକୁ ନେଇ ଚିନ୍ତା ପ୍ରକଟ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୫ ସୁଦ୍ଧା ସମସ୍ତ ଶିକ୍ଷକଙ୍କୁ ଟିକା ଦେବା ଲାଗି ରାଜ୍ୟଗୁଡ଼ିକୁ ଚଳିତ ମାସରେ ଅତିରିକ୍ତ ୨ କୋଟି ଡୋଜ୍‌ ଯୋଗାଇ ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖଲାଲ୍‌ ମଣ୍ଡବ୍ୟ ବୁଧବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ଉପରେ ଚାଲିଲା ବୁଲ୍‌ଡୋଜର, ସାମ୍ନାରେ ପାଚେରୀ ଭଳି ଠିଆ ହେଲା ଗଜରାଜ; ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ଦୁନିଆରେ ପ୍ରତିଦିନ ଏମିତି କିଛି ଭିଡିଓ ସାମ୍ନାକୁ ଆସେ, ଯାହା ମଣିଷକୁ ଚିନ୍ତା କରିବାକୁ ବାଧ୍ୟ କରିଦିଏ। କିଛି ଭିଡିଓ ଆଶ୍ଚର୍ଯ୍ୟଜନକ ହୋଇଥିବା ବେଳେ…

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍…

ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା…

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ…

ପଶ୍ଚିମବଙ୍ଗରେ ବଦଳିଲା ଚିତ୍ର: ଦୀର୍ଘ ୨ ଦଶନ୍ଧି ପରେ କୋଲକାତା ଫେରୁଛନ୍ତି ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ତସଲିମା ନସରିନ୍

କୋଲକାତା, ୧୫।୭: ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ଏବେ ସେଠାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଅନେକ ପୁରୁଣା ବ୍ୟବସ୍ଥାର ଅନ୍ତ ଘଟୁଥିବା ବେଳେ କେତେକ ନୂଆ…

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri