Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ୧୦ ଦିନ ମଧ୍ୟରେ ଟିକାକରଣ

ନୂଆଦିଲ୍ଲୀ,୫।୧: ଆଗାମୀ ୧୦ ଦିନ ମଧ୍ୟରେ ଟିକାକରଣ ଆରମ୍ଭ ହୋଇପାରେ। ଏନେଇ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିତ ରାଜେଶ ଭୂଷଣ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ଟିକାକୁ ମଞ୍ଜୁରୀ ମିଳିବାର ୧୦ ଦିନ ପରେ ରୋଲ୍‌ଆଉଟ୍‌ ହୋଇପାରେ। ଟିକାକୁ ଜାନୁଆରୀ ୩ରେ ମଞ୍ଜୁରୀ ମିଳିଛି। ଏଣୁ ଜାନୁଆରୀ ୧୩ ନଚେତ ୧୪ଠାରୁ ଦେଶରେ କରୋନା ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇପାରେ। କରନାଲ, ବମ୍ବେ, ଚେନ୍ନାଇ ଏବଂ କୋଲକାତାରେ କରୋନା ଟିକାର ୪ ପ୍ରାଥମିକ ଷ୍ଟୋର ରହିଛି। ଏହାଛଡ଼ା ସାରା ଦେଶରେ ୩୭ଟି ସ୍ଥାନରେ ଟିକା ଷ୍ଟୋର କରାଯାଇଛି। ସେଠାରୁ ପର୍ଯ୍ୟାୟକ୍ରମେ ଟିକା ଜିଲାସ୍ତରକୁ ବିତରଣ କରାଯିବ। ଏହାକୁ ନେବା ପାଇଁ ସ୍ବାସ୍ଥ୍ୟ କର୍ମୀ ଏବଂ ଅନ୍ୟ ସମ୍ମୁଖ ଯୋଦ୍ଧାଙ୍କୁ ରେଜିଷ୍ଟ୍ରେଶନ କରିବା ଅନାବଶ୍ୟକ। ସେମାନଙ୍କ ଡାଟାବେସ୍‌ ସରକାରଙ୍କ ପାଖରେ ଅଛି ବୋଲି ମଧ୍ୟ ସଚିବ କହିଛନ୍ତି। ତେବେ ଦେଶରେ ପ୍ରଥମ ପର୍ଯ୍ୟାୟରେ ୩ କୋଟି ଲୋକଙ୍କୁ କରୋନା ଟିକା ଦିଆଯିବ। ଏଥିରେ ସ୍ବାସ୍ଥ୍ୟକର୍ମୀ, ସମ୍ମୁଖ ଯୋଦ୍ଧା ଏବଂ ୫୦ ବର୍ଷରୁ ଅଧିକ ବ୍ୟକ୍ତି ବିଶେଷ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri