Posted inଜାତୀୟ

ଭାରତରେ ଆରମ୍ଭ ହେଲା ତୃତୀୟ ଟିକାର ଉତ୍ପାଦନ

ନୂଆଦିଲ୍ଲୀ,୨୪।୫: ରଷିଆନ୍‌ ଡାଇରେକ୍ଟ ଇନ୍‌ଭେଷ୍ଟମେଣ୍ଟ ଫଣ୍ଡ୍‌ (ଆର୍‌ଡିଆଇଏଫ୍‌) ଏବଂ ଭାରତୀୟ ଔଷଧ କମ୍ପାନୀ ପାନାସିଆ ବାୟୋଟେକ୍‌ ଦେଶରେ ସ୍ପୁଟ୍‌ନିକ ଭି କୋଭିଡ୍‌ ଟିକା ଉତ୍ପାଦନ ଆରମ୍ଭ କରିଥିବା ସୋମବାର ଘୋଷଣା କରିଛନ୍ତି। ହିମାଚଳପ୍ରଦେଶର ବଦ୍ଦିଠାରେ ପାନାସିଆ ବାୟୋଟେକ୍‌ କାରଖାନାରୁ ପ୍ରଥମ ପର୍ଯ୍ୟାୟ ଟିକା ଉତ୍ପାଦନ ହୋଇଛି। ମାନ ନିୟନ୍ତ୍ରଣ ଲାଗି ଖୁବ୍‌ଶୀଘ୍ର ଏହାକୁ ରୁଷିଆର ଗାମାଲେୟା ସେଣ୍ଟରକୁ ପଠାଯିବ। ପରେ ଫୁଲ ସ୍ପିଡ୍‌ରେ ଉତ୍ପାଦନ ଆରମ୍ଭ ହେବ ବୋଲି ଆର୍‌ଡିଆଇଏଫ୍‌ ଏବଂ ପାନାସିଆ ବାୟୋଟେକ୍‌ ପକ୍ଷରୁ ମିଳିତ ଏକ ବିବୃତିରେ ସୂଚନା ଦିଆଯାଇଛି। ପୂର୍ବ ଘୋଷଣା ଅନୁଯାୟୀ ଉକ୍ତ କମ୍ପାନୀ ବାର୍ଷିକ ୧୦ କୋଟି ସ୍ପୁଟ୍‌ନିକ୍‌ ଭି ଡୋଜ୍‌ ଉତ୍ପାଦନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri