କୋଭିଡ୍‌ ସଚେତନତା ସପ୍ତାହ ଶୁଭାରମ୍ଭ କଲେ ଜିଲାପାଳ: ଗଞ୍ଜାମରେ କରୋନାରୁ ୯୭ ପ୍ରତିଶତ ସୁସ୍ଥ

ଛତ୍ରପୁର,୨୪ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିଛି। ଏହି ପରିପ୍ରେକ୍ଷୀରେ କୋଭିଡ୍‌ ସପ୍ତାହ ପାଳନ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ବର୍ତ୍ତମାନ ସମୟରେ ଜିଲାରେ କରୋନା ସଂକ୍ରମଣ କମିଆସିଛି ସତ କିନ୍ତୁ ଏହା ସମ୍ପୂର୍ଣ୍ଣରୂପେ ଲୋପ ହୋଇନାହିଁ। ଜିଲାବାସୀଙ୍କୁ ସତର୍କ କରାଇବା ପାଇଁ ଛତ୍ରପୁର ଗାଁରେ ଆୟୋଜିତ କୋଭିଡ୍‌ ସଚେତନତା ରାଲିକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁଭାରମ୍ଭ କରିଥିଲେ। ନିଜେ ଘରକୁ ଘର ଯାଇ ଲୋକଙ୍କୁ ସଚେତନ କରିଥିଲେ। ଲୋକଙ୍କୁ ମାସ୍କ ବଣ୍ଟନ ସହ ନିୟମିତ ମାସ୍କ ପିନ୍ଧିବା, ସାମାଜିକ ଦୂରତା ଓ କୋଭିଡ୍‌ ନିୟମ ପାଳନ କରିବାକୁ ସେ କହିଥିଲେ।

ପରେ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟରେ ସାମାଜିକ ଦୂରତା ରଖି କୋଭିଡ୍‌ ନିୟମ ପାଳନ ନେଇ ଜିଲାପାଳ ଓ ସମସ୍ତ ଷ୍ଟାଫ୍‌ ଶପଥ ନେଇଥିଲେ। ପୂର୍ବପରି ସ୍ବାସ୍ଥ୍ୟ ଅଧିକାରୀ, ସ୍ବୟଂ ସହାୟିକା ଗୋଷ୍ଠୀ, ଆଶାକର୍ମୀ ଟିମ୍‌ ଦ୍ବାରା ଘରକୁ ଘର ବୁଲି ସ୍କ୍ରିନିଂ କରିବେ। କୋଭିଡ୍‌ ବିଷୟ ବସ୍ତୁକୁ ଆଧାର କରି ସ୍ଲୋଗାନ, ବକ୍ତୃତା, ଚିତ୍ରାଙ୍କନ, କବିତା ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହେବ। ବ୍ଲକ ଏବଂ ଜିଲାସ୍ତରରେ ଆସନ୍ତା ମାସ ୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଗାନ୍ଧୀ ଜୟନ୍ତୀରେ ବିଜୟ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯିବ। ସପ୍ତାହ ବ୍ୟାପୀ ସମସ୍ତ ଅଞ୍ଚଳରେ କୋଭିଡ୍‌ ସଚେତନତା ରଥ ପରିଭ୍ରମଣ କରି ସଚେତନତା ବାର୍ତ୍ତା ପ୍ରଚାର ଓ ପ୍ରସାର କରିବ। ସପ୍ତାହ ବ୍ୟାପୀ ସମସ୍ତ ଦୋକାନରେ ୫ ସୂତ୍ରୀ ପାଳନ କରାଯାଉଛି ନା ନାହିଁ ତାହା କଡ଼ାକଡ଼ି କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri