କୋଭିଡ୍‌ ସଚେତନତା ସପ୍ତାହ ଶୁଭାରମ୍ଭ କଲେ ଜିଲାପାଳ: ଗଞ୍ଜାମରେ କରୋନାରୁ ୯୭ ପ୍ରତିଶତ ସୁସ୍ଥ

ଛତ୍ରପୁର,୨୪ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିଛି। ଏହି ପରିପ୍ରେକ୍ଷୀରେ କୋଭିଡ୍‌ ସପ୍ତାହ ପାଳନ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ବର୍ତ୍ତମାନ ସମୟରେ ଜିଲାରେ କରୋନା ସଂକ୍ରମଣ କମିଆସିଛି ସତ କିନ୍ତୁ ଏହା ସମ୍ପୂର୍ଣ୍ଣରୂପେ ଲୋପ ହୋଇନାହିଁ। ଜିଲାବାସୀଙ୍କୁ ସତର୍କ କରାଇବା ପାଇଁ ଛତ୍ରପୁର ଗାଁରେ ଆୟୋଜିତ କୋଭିଡ୍‌ ସଚେତନତା ରାଲିକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁଭାରମ୍ଭ କରିଥିଲେ। ନିଜେ ଘରକୁ ଘର ଯାଇ ଲୋକଙ୍କୁ ସଚେତନ କରିଥିଲେ। ଲୋକଙ୍କୁ ମାସ୍କ ବଣ୍ଟନ ସହ ନିୟମିତ ମାସ୍କ ପିନ୍ଧିବା, ସାମାଜିକ ଦୂରତା ଓ କୋଭିଡ୍‌ ନିୟମ ପାଳନ କରିବାକୁ ସେ କହିଥିଲେ।

ପରେ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟରେ ସାମାଜିକ ଦୂରତା ରଖି କୋଭିଡ୍‌ ନିୟମ ପାଳନ ନେଇ ଜିଲାପାଳ ଓ ସମସ୍ତ ଷ୍ଟାଫ୍‌ ଶପଥ ନେଇଥିଲେ। ପୂର୍ବପରି ସ୍ବାସ୍ଥ୍ୟ ଅଧିକାରୀ, ସ୍ବୟଂ ସହାୟିକା ଗୋଷ୍ଠୀ, ଆଶାକର୍ମୀ ଟିମ୍‌ ଦ୍ବାରା ଘରକୁ ଘର ବୁଲି ସ୍କ୍ରିନିଂ କରିବେ। କୋଭିଡ୍‌ ବିଷୟ ବସ୍ତୁକୁ ଆଧାର କରି ସ୍ଲୋଗାନ, ବକ୍ତୃତା, ଚିତ୍ରାଙ୍କନ, କବିତା ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହେବ। ବ୍ଲକ ଏବଂ ଜିଲାସ୍ତରରେ ଆସନ୍ତା ମାସ ୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଗାନ୍ଧୀ ଜୟନ୍ତୀରେ ବିଜୟ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯିବ। ସପ୍ତାହ ବ୍ୟାପୀ ସମସ୍ତ ଅଞ୍ଚଳରେ କୋଭିଡ୍‌ ସଚେତନତା ରଥ ପରିଭ୍ରମଣ କରି ସଚେତନତା ବାର୍ତ୍ତା ପ୍ରଚାର ଓ ପ୍ରସାର କରିବ। ସପ୍ତାହ ବ୍ୟାପୀ ସମସ୍ତ ଦୋକାନରେ ୫ ସୂତ୍ରୀ ପାଳନ କରାଯାଉଛି ନା ନାହିଁ ତାହା କଡ଼ାକଡ଼ି କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri