କୋଭିଡ୍‌ ବେଡ୍‌ ୫ ଗୁଣା ବଢ଼ିବ

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବାବେଳେ ବେଡ୍‌, ଆଇସିୟୁ, ଭେଣ୍ଟିଲେଟର ଓ ଅକ୍ସିଜେନ୍‌ର ଆବଶ୍ୟକତା ବଢ଼ିଛି। ତେଣୁ ରବିବାର ଏକ ଜରୁରୀ ବୈଠକ ବସି କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏସମ୍ପର୍କରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ବେଡ୍‌ ବୃଦ୍ଧି ପାଇଁ ପ୍ରସ୍ତୁତି ଚାଲିଛି। ଏଥିପାଇଁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତବର୍ଷ ଅପେକ୍ଷା ୪ରୁ ୫ ଗୁଣ ଅଧିକ ବେଡ୍‌ ବୃଦ୍ଧି କରାଯିବ। ଆଇସିୟୁ ବଢ଼ାଇବା ଏତେଟା ସମ୍ଭବପର ନୁହେଁ। କାରଣ ଆଇସିୟୁ ପାଇଁ ସେଟ୍‌ଅପ୍‌ ଦରକାର। ତଥାପି ପ୍ରାୟ ୨ ଗୁଣ ଆଇସିୟୁ ବେଡ୍‌ ବୃଦ୍ଧି କରାଯିବ। ୪ଟି ଶ୍ରେଣୀର ବେଡ୍‌ର ଆବଶ୍ୟକତା ରହିଛି। ସାଧାରଣ ବେଡ୍‌, ଅକ୍ସିଜେନ ସପୋର୍ଟ ବେଡ୍‌, ଆଇସିୟୁ ବେଡ୍‌ ଏବଂ ଆଇସିୟୁ ସହ ଭେଣ୍ଟିଲେଟର ଥିବା ବେଡ୍‌। ନିୟମାନୁସାରେ ୧୦୦ ବେଡ୍‌ରେ ହାରାହାରି ୬ ପ୍ରତିଶତ ଆଇସିୟୁ ବେଡ୍‌ ଦରକାର। ତେବେ ବର୍ତ୍ତମାନ ସ୍ଥିତି ଦେଖି ଅକ୍ସିଜେନ ସପୋର୍ଟ ବେଡ୍‌ ଅଧିକ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ଡା. ମିଶ୍ର କହିଛନ୍ତି।
ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ବର୍ତ୍ତମାନ ସୁଦ୍ଧା ପଶ୍ଚିମ ଓଡ଼ିଶାରେ କୌଣସି ସ୍ଥାନରେ ରୋଗୀ ତଳେ ଶୋଇବା ନଜରକୁ ଆସିନାହିଁ। ବିଭିନ୍ନ ସ୍ଥାନର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକତା ଅନୁସାରେ ବେଡ୍‌, ଆଇସିୟୁ ଓ ଲଜିଷ୍ଟିକ ବୃଦ୍ଧି କରାଯାଉଛି। ଦ୍ବିତୀୟ ଲହର କରୋନାରେ ସଂକ୍ରମଣ ହାର ବଢ଼ିଛି କିନ୍ତୁ ମୃତ୍ୟୁହାର କମ୍‌ ରହୁଛି। ତେବେ ବର୍ତ୍ତମାନ ୩୦ପ୍ରତିଶତ ବେଡ୍‌ରେ ରୋଗୀ ଅଛନ୍ତି। ଆହୁରି ୭୦ ପ୍ରତିଶତ ବେଡ୍‌ ଖାଲି ଅଛି। ଆଇସିୟୁ ବେଡ୍‌ ୬୦ପ୍ରତିଶତ ବ୍ୟବହାର ହେଉଛି। ଶୀଘ୍ର ବେଡ୍‌ ସଂଖ୍ୟା ବଢ଼ାଇବା ପାଇଁ ପଦକ୍ଷେପ ନିଆଯାଉଛି। ତେଣୁ ଆଶା ଅଛି କୌଣସି ସ୍ଥିତିରେ ବେଡ୍‌ ଓ ଆଇସିୟୁର ଅଭାବ ରହିବ ନାହିଁ। ସେହିପରି ଡାକ୍ତରଙ୍କର ଅଭାବ ନାହିଁ। ପୂର୍ବରୁ ଗବେଷକମାନେ ଆକଳନ କରିଥିଲେ ଏପ୍ରିଲ ମାସରେ ସଂକ୍ରମଣ ବୃଦ୍ଧି ପାଇବ। କିନ୍ତୁ ଏବେ ଯାହା ଆକଳନ ହୋଇଛି, ମେ’ ମାସରେ ଆହୁରି ବୃଦ୍ଧି ପାଇବ। ଯେଉଁ ସ୍ଥାନରେ ଆବଶ୍ୟକ ସେହି ସ୍ଥାନରେ ବେଡ୍‌ ବୃଦ୍ଧି କରାଯିବ। ନିଷ୍ପତ୍ତି ଅନୁସାରେ, ଆହୁରି ଆଇସିୟୁ ବେଡ୍‌ କିଣାଯିବ। ଅନ୍ୟପକ୍ଷରେ ଭେଣ୍ଟିଲେଟର ଆବଶ୍ୟକ କରୁଥିବା ରୋଗୀ ମାତ୍ର ୧୬ ପ୍ରତିଶତ ଅଛନ୍ତି। ବୁର୍ଲାରେ ଏଚ୍‌ଡିୟୁ ଓ ଆଇସିୟୁକୁ ମିଶାଇ ୧୨୫ଟି ବେଡ୍‌ ବଢ଼ାଇବାକୁ ଯୋଜନା ହୋଇଛି। ଏସ୍‌ସିବିରେ ୫୦ ଓ ବଲାଙ୍ଗୀରରେ ୪୦ଟି ଆଇସିୟୁ ବେଡ୍‌ ବଢ଼ାଯିବ। ରାଜ୍ୟରେ ୨୯ଟି ସଂସ୍ଥା ଅକ୍ସିଜେନ ପ୍ରସ୍ତୁତ କରି ଆବଶ୍ୟକତା ପୂରଣ କରୁଛନ୍ତି। ଷ୍ଟିଲ ପ୍ଲାଣ୍ଟ, ପେଟ୍ରୋକେମିକାଲ ଶିଳ୍ପ ଭଳି ଶିଳ୍ପାନୁଷ୍ଠାନଗୁଡ଼ିକ ମଧ୍ୟ ଅକ୍ସିଜେନ ଯୋଗାଇ ପାରିବେ। ରାଉରକେଲା ଷ୍ଟିଲ ପ୍ଲାଣ୍ଟ ଏକାକୀ ୧୭୦୦ ମେଟ୍ରିକ ଟନ୍‌ ଅକ୍ସିଜେନ ଉତ୍ପାଦନ କରିବାକୁ ସକ୍ଷମ। ତେଣୁ ଦରକାର ପଡ଼ିଲେ କେନ୍ଦ୍ର ସରକାରଙ୍କ ସହଯୋଗ ନେଇ ଅକ୍ସିଜେନ ଆବଶ୍ୟକତାକୁ ପୂରଣ କରିପାରିବୁ। ସେଥିପାଇଁ କୌଣସି ପରିସ୍ଥିତିରେ ରାଜ୍ୟରେ ଅକ୍ସିଜେନ ଅଭାବ ହେବ ନାହିଁ ବୋଲି କହିଛନ୍ତି ଡିଏମ୍‌ଇଟି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri