Posted inରାଜ୍ୟ

ବନ୍ଦ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର,୧୪।୯(ବ୍ୟୁରୋ)-କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ପଞ୍ଚାୟତ ଓ ପୌରାଞ୍ଚଳରେ କୋଭିଡ୍‌ କେୟାର ସେଣ୍ଟର(ସିସିସି), ଟେମ୍ପରାରି ମେଡିକାଲ ସେଣ୍ଟର (ଟିଏମ୍‌ସି) ଓ କୋଭିଡ୍‌ କେୟାର ହୋମ୍‌ (ସିସିଏଚ୍‌)ର ବ୍ୟବସ୍ଥା କରିଥିଲେ। କିନ୍ତୁ ଏବେ ଟିଏମ୍‌ସି ଓ ସିସିଏଚ୍‌ଗୁଡ଼ିକ ଖାଲି ପଡୁଛି। ସେଠାକୁ ରୋଗୀ ଆସୁନାହାନ୍ତି। ତେଣୁ ଏସବୁ ସେଣ୍ଟରକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଯେଉଁସବୁ ସିସିସିରେ ରୋଗୀ ନାହାନ୍ତି ସେଗୁଡ଼ିକ ମଧ୍ୟ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ମହିଳା ଯୋଦ୍ଧା

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କରୋନା ମହାମାରୀ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ, ମେଡିସିନ ଯୋଗାଇବା ସହ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ରେଳ...

କରୋନା: ଜନ ସହାୟତା କେନ୍ଦ୍ର ଆରମ୍ଭ, ଜାରି ହେଲା ଟୋଲ୍‌ ଫ୍ରି ନମ୍ବର ୮୮୮୦୫୯୨୫୯୨

ଭୁବନେଶ୍ୱର, ୧୯।୪(ବ୍ୟୁରୋ): କରୋନା ମୁକାବିଲାରେ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ରାଜ୍ୟ ସରକାରଙ୍କ ସହ କାନ୍ଧ ମିଳାଇଛନ୍ତି। ସାମାଜିକ ଅନୁଷ୍ଠାନ ସିୱାଇଏସ୍‌ଡି ଓ ଏହାର ସହଯୋଗୀ ସଙ୍ଗଠନଗୁଡିକ...

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ...

ପୁରୀ, କୋଣାର୍କକୁ ଗଡ଼ିବ ‘ମୋ ବସ୍‌’

ଭୁବନେଶ୍ୱର,୨୬।୯(ବ୍ୟୁରୋ):  ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହେବ। ଆସନ୍ତା ୨୭ ତାରିଖରେ ବିଶ୍ୱ ପର୍ଯ୍ୟଟନ ଦିବସରୁ ମୋ ବସ୍‌ ସେବା ଆରମ୍ଭ...

ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି।...

‘କାଳିଆ’ ଲାଗି ବ୍ୟୟବରାଦ ବଢ଼ିଲା, ଉପକୃତ ହେବେ ୩୨.୩୪ଲକ୍ଷ କୃଷକ ପରିବାର

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟ ସରକାର ‘କାଳିଆ’ ଯୋଜନା ଲାଗି ଅଧିକ ବ୍ୟୟବରାଦ କରିଛନ୍ତି।  ଯୋଜନା ଲାଗି ଅଧିକ ୩୨୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହାଫଳରେ ୩୨.୩୪...

ଲକ୍‌ଡାଉନ୍‌: ସମୁଦ୍ରକୁ ଯାଉନାହାନ୍ତି ମତ୍ସ୍ୟଜୀବୀ, ସାମୁଦ୍ରିକ ମାଛ ଦର ଆକାଶଛୁଆଁ

କେନ୍ଦ୍ରାପଡ଼ା ଅଫିସ, ୧।୪: କେନ୍ଦ୍ରାପଡ଼ା ଜିଲାରେ ତାଲା ବନ୍ଦର ପ୍ରଭାବ ସାମୁଦ୍ରିକ ଖାଦ୍ୟ ଉପରେ ପଡିଛି। ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ମହାକାଳପଡ଼ା, ରାଜନଗର ବ୍ଲକଠାରୁ ଆରମ୍ଭ...

କରୋନା ମୃତ୍ୟୁସଂଖ୍ୟା ୨୫ ଛୁଇଁଲା

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ। ମୃତକ ଦୁଇ ଜଣ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ପୂର୍ବରୁ କରୋନାରେ ଗଞ୍ଜାମ...

Coronavirus Update

Archives

Model This Week

Why Dharitri