ଶେରଗଡ଼ ବ୍ଲକର ସମସ୍ତ ପଞ୍ଚାୟତରେ ଖୋଲିଲା କୋଭିଡ୍‌ କେୟାର ହୋମ୍‌ : ପ୍ରତି ପଞ୍ଚାୟତରେ ରହିଛି ୧୦ଜଣଙ୍କ ପାଇଁ ବ୍ୟବସ୍ଥା

ଶେରଗଡ଼,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ୨୨ଟି ପଞ୍ଚାୟତକୁ ନେଇ ଗଠିତ। କରୋନା ମୁକିବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁସବୁ ନିର୍ଦ୍ଦେଶନାମା ରହିଛି ତାକୁ ଶେରଗଡ଼ ବ୍ଲକରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶନିବାର ବ୍ଲକର ସମସ୍ତ ଗ୍ରାମପଞ୍ଚାୟତରେ କୋଭିଡ୍‌ କେୟାର ହୋମ୍‌ ଆରମ୍ଭ କରାଯାଇଛି। ପ୍ରତି ପଞ୍ଚାୟତରେ ୧୦ଜଣ ଲୋକଙ୍କ ପାଇଁ ଏହି ବ୍ୟବସ୍ଥା କରାଯାଇଛି। ମହୁପଦର ଓ ଶେରଗଡ଼ ପଞ୍ଚାୟତ ଆମ୍ବୁଆବାଡ଼ି ଗ୍ରାମ ଛକରେ ଥିବା ଏକ ସରକାରୀ କୋଠାରେ ଏହି ବ୍ୟବସ୍ଥା ଆରମ୍ଭ ହୋଇଥିବା ବେଳେ ଅନ୍ୟ ୨୦ଟି ପଞ୍ଚାୟତରେ ରାଜୀବସେବା କେନ୍ଦ୍ରଗୁଡ଼ିକରେ କେୟାର ହୋମ୍‌ ବ୍ୟବସ୍ଥା କରାଯାଇଛି। ପ୍ରତି କେନ୍ଦ୍ରରେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ସହ ଜଣେ ଏଏନ୍‌ଏମ୍‌, ଜଣେ ଶିକ୍ଷକ, ଜଣେ ଅଙ୍ଗନବାଡି କର୍ମୀ, ଜଣେ ଫାର୍ମାସିଷ୍ଟ ରହି କାର୍ଯ୍ୟ ତଦାରଖ କରିବେ। ଏହା ସମ୍ପୃକ୍ତ ପଞ୍ଚାୟତର ଗ୍ରାମ ସେବକ ବା ନୋଡାଲ ଅଧିକାରୀଙ୍କ ତତ୍ତ୍ୱାବଧାନରେ ପରିଚାଳନା ହେବ। ପଞ୍ଚାୟତ ପାଣ୍ଠି ବା ସରକାରଙ୍କ ଦ୍ବାରା ଦିଆଯାଇଥିବା ୧୦ହଜାରରୁ ଏହି ଖର୍ଚ୍ଚ ଭରଣା କରାଯିବ। ପ୍ରତି ପଞ୍ଚାୟତର ସରପଞ୍ଚ ନିଜ ପଞ୍ଚାୟତକୁ ଫେରୁଥିବା ପ୍ରବାସୀଙ୍କୁ ଉପଯୁକ୍ତ ଯାଞ୍ଚ ପରେ କରୋନା ରୋଗୀଙ୍କୁ ଉକ୍ତ ପଞ୍ଚାୟତ କୋଭିଡ୍‌ କେୟାର ହୋମରେ ରଖିବେ। ଏହାକୁ ବଡିଓ ସୁରଞ୍ଜନ କୁମାର ସାହୁ ଶନିବାର ଦିନ ପରିଦର୍ଶନ କରିବା ସହ ପଞ୍ଚାୟତର ସରପଞ୍ଚ ଓ ଗ୍ରାମ ସେବକମାନଙ୍କ ସହ କଥାବାର୍ତ୍ତା ହୋଇ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri