କୋଭିଡ୍‌ ମୃତ୍ୟୁ ସହାୟତା ତୁରନ୍ତ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): କୋଭିଡ୍‌ ମୃତ୍ୟୁ ସହାୟତା ପ୍ରଦାନ ସହ ପ୍ରମାଣପତ୍ର ତୁରନ୍ତ ପ୍ରଦାନ କରିବାକୁ ରାଜ୍ୟ ସରକାର ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ମାର୍ଚ୍ଚ ୧୪ ମଧ୍ୟରେ ଯେଉଁମାନେ ମରିଛନ୍ତି ଓ ଅନୁକମ୍ପା ରାଶି ପାଇନାହାନ୍ତି, ସେମାନଙ୍କୁ ସହାୟତା ସହ ମୃତ୍ୟୁ ପ୍ରମାଣପତ୍ର ଶୀଘ୍ର ଇସ୍ୟୁ କରିବାକୁ କୁହାଯାଇଛି। ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌. କେ ଶର୍ମା ଏ ନେଇ ସିଡିଏମ୍‌ସଙ୍କୁ ଚିଠି ଲେଖି କହିଛନ୍ତି, ସହାୟତା ପାଇଁ ହଜାରରୁ ଊର୍ଦ୍ଧ୍ୱ ଆବେଦନ ଏବେ ବି ପଡ଼ିରହିଛି। ସେମାନେ ଏ ପର୍ଯ୍ୟନ୍ତ ଅନୁକମ୍ପା ରାଶି ପାଇ ନାହାନ୍ତି। ମାର୍ଚ୍ଚ ୭ ସୁଦ୍ଧା ଅନୁକମ୍ପା ରାଶି ପ୍ରଦାନ ଶେଷ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଥିଲେ ମଧ୍ୟ ଏବେ ବି ବହୁ ଜିଲାରେ ପ୍ରକ୍ରିୟା ଶେଷ ହୋଇ ନାହିଁ। ସାରା ରାଜ୍ୟରୁ ୧୭,୧୧୫ଟି ଆବେଦନରୁ ପ୍ରାୟ ୧୬ହଜାର ଆବେଦନକାରୀଙ୍କୁ ୫୦ହଜାର ଟଙ୍କା ଲେଖାଏ ସହାୟତା ମିଳିସାରିଛି। ଖୋର୍ଦ୍ଧାରେ ୧,୭୫୦, କଟକ ୧,୨୮୩, ସୁନ୍ଦରଗଡ଼ ୧,୦୩୬, ଗଞ୍ଜାମ ୧,୦୨୩, ବରଗଡ଼ ୭୯୪, ପୁରୀ ୭୩୯, ବାଲେଶ୍ୱର ୬୦୯, ଅନୁଗୋଳରେ ୫୪୦ଟି ପରିବାରଙ୍କୁ ଅନୁକମ୍ପା ଦିଆଯାଇଛି। ତେବେ ଯେଉଁମାନେ ପାଇନାହାନ୍ତି, ସେମାନଙ୍କୁ ତୁରନ୍ତ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରି ଅର୍ଥରାଶି ପ୍ରଦାନ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

୬ରୁ ହବିଷିଆଳି ବ୍ରତ ପାଇଁ ଅନ୍‌ଲାଇନ ପଞ୍ଜୀକରଣ

ପୁରୀ,୩ା୧୦(ଅଜିତ୍‌ କୁମାର ମହାନ୍ତି) ଚଳିତ ବର୍ଷ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଅକ୍ଟୋବର ୨୬ରୁ ଆରମ୍ଭ ହୋଇ ନଭେମ୍ବର ୨୪ରେ ଶେଷହେବ। କେବଳ ଅନ୍‌ଲାଇନ ମାଧ୍ୟମରେ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?