୬୦ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ୟାଙ୍କକ୍‌,୭।୩ : କୋଭିଡ୍‌ ମହାମାରୀ ତୃତୀୟ ବର୍ଷରେ ପହଞ୍ଚତ୍ଥିବାବେଳେ ରବିବାର ରାତି ସୁଦ୍ଧା ବିଶ୍ୱରେ ମୃତ୍ୟୁସଂଖ୍ୟା ୬୦ ଲକ୍ଷ ଅତିକ୍ରମ କରିଛି। ଆମେରିକାରେ କୋଭିଡ୍‌ ମୃତ୍ୟୁସଂଖ୍ୟା ୧୦ ଲକ୍ଷ ନିକଟବର୍ତ୍ତୀ ହୋଇଛି। ଓ୍ବାଲେର୍‌ଡାମିଟର ଅନୁଯାୟୀ ରବିବାର ରାତି ସୁଦ୍ଧା ବିଶ୍ୱରେ କୋଭିଡ୍‌ ମୃତ୍ୟୁସଂଖ୍ୟା ୬୦,୧୭,୫୫୯ରେ ପହଞ୍ଚତ୍ଛି। ଆମେରିକାରେ ସର୍ବାଧିକ ୯,୮୩,୯୧୨ ଲୋକଙ୍କ ଜୀବନ ଯାଇଥିବାବେଳେ ବ୍ରାଜିଲରେ ୬,୫୧,୯୮୮ ଏବଂ ଭାରତରେ ୫,୧୫,୦୬୩ ଜଣଙ୍କ ମୃତ୍ୟୁ ଘଟିଛି। ଜନ୍ସ ହପ୍‌କିନ୍ସ ୟୁନିଭର୍ସିଟିର ହିସାବ ଅନୁଯାୟୀ ରବିବାର ସକାଳ ସୁଦ୍ଧା କୋଭିଡ୍‌ ଜନିତ ମୃତ୍ୟୁସଂଖ୍ୟା ୫୯,୯୬,୮୮୨ ରହିଥିଲା।
ଏବେ ସଂକ୍ରମଣ କମିଥିବାବେଳେ ଅନେକେ ମାସ୍କ ପିନ୍ଧିବା ଛାଡ଼ିଦେଲେଣି। ଯାତ୍ରୀ ପରିବହନ ଓ ବ୍ୟବସାୟ ସ୍ବାଭାବିକ ହୋଇଛି। ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ଦେଶଗୁଡ଼ିକରେ ଆଇସୋଲେଶନ ଯୋଗୁ ଦୁଇବର୍ଷରୁ ଊର୍ଦ୍ଧ୍ୱ ସେଗୁଡ଼ିକ ମହାମାରୀରୁ ସୁରକ୍ଷିତ ରହିଥିଲା। ଅଧିକ ସଂକ୍ରାମକ ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଏବେ ସେଠାରେ ସଂକ୍ରମଣ ବଢ଼ିଚାଲିଛି। ହଂକଂରେ ମୃତ୍ୟୁସଂଖ୍ୟା ବଢ଼ୁଥିବାବେଳେ ଚଳିତ ମାସରେ ସେଠାର ମୋଟ ୭୫ ଲକ୍ଷ ଲୋକଙ୍କୁ ୩ ଥର ଲେଖାଏ କୋଭିଡ୍‌ ପରୀକ୍ଷା କରାଇବାକୁ ନିଷ୍ପତ୍ତି ହୋଇଛି। ପୋଲାଣ୍ଡ, ହଙ୍ଗେରି, ରୋମାନିଆ ଏବଂ ପୂର୍ବ ୟୁରୋପୀୟ ଦେଶଗୁଡ଼ିକରେ ମୃତ୍ୟୁ ହାର ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri