Posted inଜାତୀୟ

କୋଭିଡ୍‌ ମୃତ୍ୟୁ: ପରିବାରକୁ ମିଳିପାରେ ୪ ଲକ୍ଷ

ନୂଆଦିଲ୍ଲୀ, ୧୨।୬(ଆଇଏଏନ୍‌ଏସ୍‌): କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ କ୍ଷତିପୂରଣ ଯୋଗାଇଦେବା ପାଇଁ ଏକ ଆବେଦନର ବିଚାର କରାଯାଉଛି ବୋଲି କେନ୍ଦ୍ର ସରକାର ଶୁକ୍ରବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। କେନ୍ଦ୍ର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏ ସମ୍ପର୍କରେ ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଏମ୍‌.ଆର୍‌. ଶାହାଙ୍କ ଖଣ୍ଡପୀଠଙ୍କୁ ଅବଗତ କରାଇଛନ୍ତି। ଜନସ୍ବାର୍ଥ ମାମଲାରେ ଉଠାଯାଇଥିବା ପ୍ରସଙ୍ଗ ଗୁରୁତ୍ୱପୂର୍ଣ୍ଣ। ସରକାର ଏହା ଉପରେ ନିଜର ଜବାବ ରଖିବେ ବୋଲି ସେ କହିଥିଲେ। ତେବେ ସରକାର ଏକ ଜାତୀୟ ନୀତି ଉପରେ ବିଚାର କରୁଥିବାରୁ ଜବାବ ଦାଖଲ ପାଇଁ ଦୁଇ ସପ୍ତାହ ସମୟ ଦେବାକୁ ମେହେଟ୍ଟା ଅନୁରୋଧ କରିଥିଲେ।
ବ୍ଲାକ୍‌ ଫଙ୍ଗସ୍‌ରେ ହେଉଥିତ୍ବା ମୃତ୍ୟୁ ମଧ୍ୟ କରୋନାଜନିତ। ଏଥିପାଇଁ ମୃତ୍ୟୁ ପ୍ରମାଣପତ୍ରରେ କାରଣ ଉଲ୍ଲେଖ ରହିବା ଆବଶ୍ୟକ। କେନ୍ଦ୍ର ସରକାର ଏ ଦିଗରେ କାର୍ଯ୍ୟ କରୁଛନ୍ତି ବୋଲି ସଲିସିଟର ଜେନେରାଲ କହିଥିଲେ। ସରକାର ଜବାବ ଦାଖଲ ପାଇଁ ଅଧିକ ସମୟ ମାଗିବାରୁ ପିଟିଶନର ପରବର୍ତ୍ତୀ ଶୁଣାଣି ଜୁନ୍‌ ୨୧କୁ ଧାର୍ଯ୍ୟ କରାଯାଇଥିଲା।
ସୂଚନାଯୋଗ୍ୟ କୋଭିଡ୍‌ରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏ ଆର୍ଥତ୍କ ସହାୟତା ଯୋଗାଇ ଦେବା ଲାଗି ଆଇନଜୀବୀ ଗୌରବ କୁମାର ବଂଶଲ ଏବଂ ରୀପକ କଂଶଲ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରି ଅଦାଲତଙ୍କ ହସ୍ତକ୍ଷେପ ଲୋଡ଼ିଥିଲେ। ଏହା ଉପରେ ଗତ ମାସ ୨୪ରେ ଅଦାଲତ କେନ୍ଦ୍ରକୁ ଜବାବ ମାଗିଥିଲେ। କୋଭିଡ୍‌ରେ ପ୍ରାଣ ହରାଇଥିଲେ ମୃତ୍ୟୁ ପ୍ରମାଣପତ୍ର ଜାରି କରିବାରେ ସମାନ ନୀତି କାର୍ଯ୍ୟକାରୀ ହେଉଛି କି ନାହିଁ ଜଣାଇବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋଭିଡ୍‌ କାରଣରୁ ମୃତ୍ୟୁ ହୋଇଥିଲେ ମଧ୍ୟ ଅନେକ ସମୟରେ ଡେଥ୍‌ ସାର୍ଟିଫିକେଟରେ ହୃଦ୍‌ଘାତ କିମ୍ବା ଫୁସ୍‌ଫୁସ୍‌ କାମ ନ କରିବା କାରଣରୁ ମୃତ୍ୟୁ ଘଟିଥିବା ଦର୍ଶାଯାଉଛି ବୋଲି ଖଣ୍ଡପୀଠ କହିଥିଲେ। ବିଜ୍ଞପିତ ବିପର୍ଯ୍ୟୟରେ ମୃତ୍ୟୁ ଘଟିଲେ ପରିବାରକୁ ଆର୍ଥିକ କ୍ଷତିପୂରଣ ଯୋଗାଇଦେବା ବିପର୍ଯ୍ୟୟ ପରିଚାଳନା ଆଇନ (ଡିଏମ୍‌ଏ)ର ଧାରା ୧୨ (୩)ରେ ଉଲ୍ଲେଖ ଥିବା ବଂଶଲ ତାଙ୍କ ପିଟିଶନରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri