Posted inଜାତୀୟ

ଏଣିକି ୭ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ରେ ରହିବେ ବିଦେଶ ଫେରନ୍ତା

ନୂଆଦିଲ୍ଲୀ,୭।୧: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଥିବାରୁ ଭାରତ ସରକାରଙ୍କ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଗାଇଡଲାଇନ ଜାରି କରାଯାଇଛି। ପୂର୍ବରୁ କେବଳ ଆଟ୍‌ ରିସ୍କ ଦେଶରୁ ଆସୁଥିବା ବିଦେଶ ଫେରନ୍ତାଙ୍କ ପାଇଁ ବାଧ୍ୟତାମୂଳକ କ୍ୱାରେଣ୍ଟାଇନ ବ୍ୟବସ୍ଥା ଥିଲା। ହେଲେ ଏବେ ସବୁ ବିଦେଶ ଫେରନ୍ତାଙ୍କ ପାଇଁ ଏହା ବାଧ୍ୟତାମୂଳକ କରାଯାଇଛି।

ଗାଇଡ୍‌ଲାଇନ୍‌ରେ କୁହାଯାଇଛି, ବିଦେଶ ଫେରନ୍ତାମାନେ ନେଗେଟିଭ ରିପୋର୍ଟ ଦେଖାଇଲେ ମଧ୍ୟ ଏୟାରପୋର୍ଟରେ ସେମାନଙ୍କର ଆରଟିପିସିଆର ଟେଷ୍ଟ କରାଯିବ। ରିପୋର୍ଟ ନେଗେଟିଭ୍‌ ଆସିଲେ ମଧ୍ୟ ସେମାନଙ୍କୁ ୭ ଦିନ ବାଧ୍ୟତାମୂଳକ ହୋମ କ୍ୱାରେଣ୍ଟିନରେ ରହିବାକୁ ହେବ। ତେବେ ରିପୋର୍ଟ ପଜିଟିଭ୍‌ ଆସିଲେ ସରକାରୀ କ୍ୱାରେଣ୍ଟିନରେ ରହିବାକୁ ହେବ। ସେହିପରି ପଜିଟିଭ୍‌ ଚିହ୍ନଟ ହେଉଥିବା ବିଦେଶ ଫେରନ୍ତାଙ୍କ ନମୁନାକୁ ଜେନୋମ ସିକ୍ୱେନ୍ସିଂ ପାଇଁ ପଠାଯିବ। ଏହି ନୂଆ ନିୟମ ଜାନୁଆରୀ ୧୧ରୁ କାର୍ଯ୍ୟକାରୀ ହେବ।

୮ମ ଦିନ ସେମାନେ ପୁଣି ଆରଟି-ପିସିଆର ଟେଷ୍ଟ କରିବେ। ଏହି ଟେଷ୍ଟ ରିପୋର୍ଟକୁ ଭାରତ ସରକାରଙ୍କ ଏୟାର ସୁବିଧା ପୋର୍ଟାଲରେ ଅପଲୋଡ୍‌ କରିବେ। ଏହାକୁ ସମ୍ପୃକ୍ତ ରାଜ୍ୟ ସରକାର ତଦାରଖ କରିବେ। ୮ମ ଦିନରେ ରିପୋର୍ଟ ନେଗେଟିଭ ଆସିଲେ ମଧ୍ୟ ଆଉ ୭ ଦିନ ବିଦେଶରୁ ଆସିଥିବା ଲୋକଙ୍କୁ ନିଜ ସ୍ବାସ୍ଥ୍ୟ ଉପରେ ନଜର ରଖିବାକୁ ହେବ। ଆଇସୋଲେଶନ ପାଇଁ ଘରେ ସୁବିଧା ରହିଥିବା ଦରକାର। ସେତେବେଳେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଜାରି କରିଥିବା ସମସ୍ତ ପ୍ରୋଟକଲକୁ ଅନୁପାଳନ କରିବାକୁ ପଡ଼ିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri