ଓମିକ୍ରନର ସବ୍‌ ଭାରିଏଣ୍ଟ ଏକ୍ସଏକ୍ସବିକୁ ସତର୍କ କଲା ଡବ୍ଲ୍ୟୁଏଚ୍‌ଓ: ଆସିପାରେ ଆଉ ଏକ ଲହର

ଜେନେଭା୨୧।୧୦: କୋଭିଡ-୧୯ ଭୂତାଣୁ ଓମିକ୍ରନର ସବ୍‌ ଭାରିଏଣ୍ଟ ଏକ୍ସଏକ୍ସବିକୁ ନେଇ ବିଶ୍ୱସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ)ଙ୍କ ମୁଖ୍ୟ ବୈଜ୍ଞାନିକ ଡା. ସୌମ୍ୟା ସ୍ବାମୀନାଥନ ସତର୍କ କରାଇଛନ୍ତି। କିଛି ଦେଶରେ ଓମିକ୍ରନର ଏକ୍ସଏକ୍ସବି ସବ୍‌ ଭାରିଏଣ୍ଟ ସଂକ୍ରମଣ ଯୋଗୁ କରୋନାର ଆଉ ଏକ ଲହର ଦେଖାଯାଇପାରେ ବୋଲି ଡା. ସ୍ବାମୀନାଥନ ଚିନ୍ତା ପ୍ରକଟ କରିଛନ୍ତି। ସେ କହିଛନ୍ତି, ଓମିକ୍ରନର ୩୦୦ରୁ ଅଧିକ ସବ୍‌ଭାରିଏଣ୍ଟ ଅଛି। ତେବେ ଏକ୍ସଏକ୍ସବି ଭାରିଆଣ୍ଟ ଚିନ୍ତାର କାରଣ ବୋଲି କହିଛନ୍ତି। ଭୂତାଣୁର ଏହି ଭାରିଆଣ୍ଟ ଇମ୍ୟୁନ ସିଷ୍ଟମରୁ କୌଣସି ପ୍ରଭାବ ପଡୁ ନାହିଁ ବୋଲି ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ବୈଜ୍ଞାନିକ କହିଛନ୍ତି। ଏଣୁ ଧିରେ ଧିରେ ଏକ୍ସବିବି ଯୋଗୁ କିଛି ଦେଶରେ ସଂକ୍ରମଣର ନୂଆ ଲହର ଆସିପାରେ ବୋଲି ସେ ଚେତାବନୀ ଦେଇଛନ୍ତି। ଏକ୍ସଏକ୍ସବି ଅଧିକ ସଂକ୍ରାମକ ତେଣୁ ଏହାର ମୁକାବିଲା ଲାଗି ମାସ୍କ ପିନ୍ଧିବା ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି।

ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ରିପୋର୍ଟ ଅନୁସାରେ ଓମିକ୍ରନ ସବ୍‌ ଭାରିଆଣ୍ଟ ଏବେ ସାରା ବିଶ୍ୱରେ ବ୍ୟାପୁଛି। ତେବେ ଭାରତରେ କୋଭିଡ ସଂକ୍ରମଣ ବର୍ତ୍ତମାନ ସମୟର ସବୁଠୁ ନିମ୍ନ ସ୍ତରରେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୨୦୬୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ତଥାପି ସତର୍କତା ଅବଲମ୍ବନ କରିବାକୁ ଡବ୍ଲ୍ୟୁଏଚ୍‌ଓ ବୈଜ୍ଞାନିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri