କୋଭିଡ୍‌ ଦାୟିତ୍ୱରେ ୨୧ ଆଇଏଏସ୍‌ ଅଧିକାରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଓଡ଼ିଶା ସରକାର ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଜିଲାସ୍ତରରେ କୋଭିଡ୍‌ ପରିଚାଳନା ଦାୟିତ୍ୱ ଗୁରୁବାର ପ୍ରଦାନ କରିଛନ୍ତି। ୨୧ ଜଣ ଆଇଏଏସ୍‌ ଅଫିସର କୋଭିଡ୍‌ ପର୍ଯ୍ୟବେକ୍ଷକ ଭାବେ ଜିଲାସ୍ତରରେ କାମ କରିବେ। ଉକ୍ତ ଅଧିକାରୀମାନଙ୍କ ଭିତରୁ ଭୁବନେଶ୍ୱର ମହାନଗର ନିଗମରେ ସଂକ୍ରମଣ ପ୍ରତିରୋଧ କାର୍ଯ୍ୟକ୍ରମ ତଦାରଖ ଦାୟିତ୍ୱ ଆଇଏଏସ୍‌ ଅଧିକାରୀ ଅନୁ ଗର୍ଗ ଓ ଡ. ଏନ୍‌. ତିରୁମାଲା ନାୟକ ନେବେ। ସେହିପରି ବାଲେଶ୍ୱର ଏବଂ ଭଦ୍ରକ ଜିଲା ଦାୟିତ୍ୱ ମଧୁସୂଦନ ପାଢ଼ୀଙ୍କୁ ଦିଆଯାଇଥିବା ବେଳେ ବଲାଙ୍ଗୀର, ବରଗଡ଼ ଏବଂ ନୂଆପଡ଼ା ଜିଲା ଦାୟିତ୍ୱ ସତ୍ୟବ୍ରତ ସାହୁ ଓ ବେଣୁଧର ବେହେରାଙ୍କୁ ଦିଆଯାଇଛି। ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲା ପାଇଁ ନିକୁଞ୍ଜ ବିହାରୀ ଧଳଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ମୟୂରଭଞ୍ଜ ଓ କେନ୍ଦୁଝର ଜିଲା ପାଇଁ ସୁରେନ୍ଦ୍ର କୁମାର ଓ ଶ୍ରୀକାନ୍ତ ପୃଷ୍ଟିଙ୍କୁ ନିଯୁକ୍ତ କରାଯାଇଛି। ଗଞ୍ଜାମ ଓ ଗଜପତି ଜିଲାରେ ଜି. ମାଥିଭାଥାନନ, ଯାଜପୁର-ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ପାଇଁ ହେମନ୍ତ ଶର୍ମା ଓ ସୁରେଶ ଚନ୍ଦ୍ର ଦଳାଇଙ୍କୁ ନିଯୁକ୍ତ କରାଯାଇଛି। ସେହିଭଳି ସମ୍ବଲପୁର ଓ ସୋନପୁର ଜିଲାରେ ଚିତ୍ରା ଅରୁମ୍‌ଗମଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଶାଶ୍ୱତ ମିଶ୍ର ଓ ବିଷ୍ଣୁପ୍ରସାଦ ମିଶ୍ରଙ୍କୁ କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲା ଦାୟିତ୍ୱ ଦିଆଯାଇଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ନବରଙ୍ଗପୁର ଜିଲା ପାଇଁ ଭି.ଭି.ଯାଦବ ଓ ରସିଦ୍‌ ଖାନ୍‌ ଦାୟିତ୍ୱ ତୁଲାଇବେ। ଗଜପତି ଜିଲା ପାଇଁ ଟି. ୱାପଙ୍ଗ ଆଓଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ଅନିଲ କୁମାର ସାମଲଙ୍କୁ କଟକ, ନୟାଗଡ଼,ପୁରୀ ଓ ଖୋର୍ଦ୍ଧା ଜିଲା ଦାୟିତ୍ୱ ଦିଆଯାଇଛି । କଟକ ନଗର ଓ ଗ୍ରାମାଞ୍ଚଳ ପାଇଁ କୋଭିଡ୍‌ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ସୁଶାନ୍ତ ମହାପାତ୍ର ରହିବେ ବୋଲି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri