୮ ରାଜ୍ୟରେ ବଢ଼ୁଛି କୋଭିଡ୍‌ ସଂକ୍ରମଣ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଗତ କିଛି ଦିନ ହେବ ଦେଶରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କୋଭିଡ୍‌ ସ୍ଥିତି ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବଢୁଥିବା କୋଭିଡ୍‌-୧୯କୁ ପ୍ରତିହତ ଲାଗି ସ୍ବାସ୍ଥ୍ୟ ଭିତ୍ତିଭୂମି ଯଥା ଲଜିଷ୍ଟିକ୍ସ, ଔଷଧ, ଟିକାକରଣ ଅଭିଯାନର ସ୍ଥିତି ଏବଂ ପ୍ରସ୍ତୁତିର ସମୀକ୍ଷା ସହିତ ଆବଶ୍ୟକ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କ ଦ୍ୱାରା ବିଶ୍ୱର କୋଭିଡ ସ୍ଥିତି ଉପରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା। ଭାରତରେ କୋଭିଡ୍‌ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇଛି। କେରଳ, ଦିଲ୍ଲୀ, ମହାରାଷ୍ଟ୍ର, ହରିୟାଣା, ଉତ୍ତରପ୍ରଦେଶ, ତାମିଲ୍‌ନାଡୁ, କର୍ନାଟକ ଏବଂ ରାଜସ୍ଥାନ ଆଦି ୮ଟି ରାଜ୍ୟରେ ଅଧିକାଂଶ ମାମଲା ଦେଖାଦେଇଛି। ଏହି ରାଜ୍ୟର ହାରାହାରି ୯୨ ପ୍ରତିଶତ ଆକ୍ରାନ୍ତ ଘରେ ରହି ଚିକିତ୍ସିତ ହେଉଛନ୍ତି। ଜାନୁୟାରୀ ୨୦୨୩ଠାରୁ ବିଭିନ୍ନ ପ୍ରକାରର ଜେନୋମ ସିକ୍ୱେନ୍ସିଂର ସୂଚନା ବୈଠକରେ ଉପସ୍ଥାପନ କରାଯାଇଥିଲା। ଭାରତରେ ଦେଖାଯାଉଥିବା ଭାରିଏଣ୍ଟ, ଟିକାକରଣର ସ୍ଥିତି, ଔଷଧ ଉପଲବ୍ଧତା ଏବଂ ଭିତ୍ତିଭୂମି ପ୍ରସ୍ତୁତି ଉପରେ ଆଲୋଚନା କରାଯାଇଥିଲା। କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମର ବ୍ୟୟ, ଔଷଧ ଏବଂ ଟିକା ଲାଗି ଆବଶ୍ୟକ କଞ୍ଚାମାଲ ପାଇଁ ବଜେଟ ବ୍ୟବସ୍ଥାର ମଧ୍ୟ ସମୀକ୍ଷା ହୋଇଥିଲା। ବିସ୍ତୃତ ଉପସ୍ଥାପନା ପରେ ଡ. ମିଶ୍ର ସ୍ଥାନୀୟ ଅଞ୍ଚଳରେ ବଢୁଥିବା ମାମଲାର ପରିଚାଳନା ପାଇଁ ଉପ-ଜିଲାସ୍ତରରେ ପର୍ଯ୍ୟାପ୍ତ ସ୍ବାସ୍ଥ୍ୟ ଭିତ୍ତିଭୂମି ଉପଲବ୍ଧ ହେବା ଜରୁରୀ ଏବଂ ରାଜ୍ୟମାନଙ୍କ ସହିତ ପରାମର୍ଶରେ ଏହା ନିଶ୍ଚିତ ହୋଇପାରିବ ବୋଲି କହିଥିଲେ। ବଢୁଥିବା ସ୍ଥିତିକୁ ଆଧାର କରି ରାଜ୍ୟଗୁଡିକୁ ମାର୍ଗଦର୍ଶନ କରିବା ପାଇଁ ଉପଦେଶଗୁଡ଼ିକ ମୂଲ୍ୟାଙ୍କନ କରାଯିବା ଉଚିତ୍‌ ଏବଂ ସେହି ଅନୁଯାୟୀ ଅପ୍‌ଡେଟ କରାଯିବା ଉଚିତ୍‌ ନେଇ ପରାମର୍ଶ ଦେଇଥିଲେ। ଟେଷ୍ଟ-ଟ୍ରାକ୍‌-ଟ୍ରିଟ୍‌-ଟିକାକରଣ ଏବଂ କୋଭିଡ୍‌ ଉପଯୁକ୍ତ ଆଚରଣ ପାଳନ ପାଇଁ ସମୟ ପରୀକ୍ଷିତ ପଞ୍ଚସୂତ୍ରୀ ରଣନୀତି ଲାଗୁ କରାଯିବା ଆବଶ୍ୟକ ବୋଲି ମିଶ୍ର କହିଥିଲେ। ବଢୁଥିବା ହଟ୍‌ସ୍ପଟ ଚିହ୍ନଟ ଉପରେ ଧ୍ୟାନ ଦେବା ସହ ରାଜ୍ୟଗୁଡିକ ଆଇଏଲ୍‌ଆଇ/ଏସ୍‌ଏଆର୍‌ଆଇ ମାମଲାର ଧାରା ଉପରେ ନଜର ରଖିବା ଉଚିତ୍‌ ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା। ବୈଠକରେ କ୍ୟାବିନେଟ ସଚିବ ରାଜୀବ ଗୌବା, ନୀତି ଆୟୋଗର ସଦସ୍ୟ ଡ. ବିନୋଦ ପଲ, ଅର୍ଥ ସଚିବ ଟି.ଭି. ସୋମନାଥନ, ଫାର୍ମାସ୍ୟୁଟିକାଲ ସଚିବ ଏସ୍‌. ଅପର୍ଣ୍ଣା, ବେସାମରିକ ବିମାନ ଚଳାଚଳ ସଚିବ ରାଜୀବ ବଂଶଲ, ଆୟୁଷ ସଚିବ ରାଜେଶ କୋଟେଚା, ଆଇସିଏମ୍‌ଆର ମହାନିର୍ଦ୍ଦେଶକ ରାଜୀବ ଭାଲ୍‌, ବାୟୋଟେକ୍ନୋଲୋଜି ସଚିବ ରାଜେଶ ଏସ ଗୋଖଲେ ଏବଂ ସୂଚନା ଏବଂ ପ୍ରସାରଣ ସଚିବ ଅପୂର୍ବ ଚନ୍ଦ୍ରା ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?