ଗାଁଗୁଡିକରେ ପୁଣି ସକ୍ରିୟ ହେବ କୋଭିଡ ପରିଚାଳନା କମିଟି: ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ଦିଆଯିବ ଦାୟିତ୍ୱ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଗାଁଗୁଡିକରେ ପୁଣି କୋଭିଡ ପରିଚାଳନା କମିଟି ସକ୍ରିୟ ହେବ। ତେବେ ସ୍ଥିତି ଦେଖି ଲକ୍‌ଡାଉନ କି ଅନ୍ୟ ଦିଗ ଉପରେ ନିଷ୍ପତ୍ତି ନିଆଯିବ। ସୋମବାର ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ଏହା କହିଛନ୍ତି। ତେବେ ରାଜ୍ୟରେ ତିନି ଚାରି ଦିନ ମଧ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବା ନେଇ ସେ ଏଭଳି କହିଛନ୍ତି। ଏ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କରୋନା ସ୍ଥିତି ସମୀକ୍ଷା କରିବା ନେଇ ସେ ସୂଚନା ଦେଇଛନ୍ତି। ବିଭିନ୍ନ ବିଭାଗର ସଚିବ, ଜିଲାପାଳ ଓ ଏସ୍‌ପି ମାନଙ୍କ ସହ ମୁଖ୍ୟମନ୍ତ୍ରୀ ଏନେଇ ଆଲୋଚନା କରିବେ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ଦାୟିତ୍ୱ ଦିଆଯିବ। ସେମାନେ ଗାଁକୁ ଆସୁଥିବା ବାହାର ଲୋକଙ୍କ ଉପରେ ନଜର ରଖିବେ।
ସୂଚନାଯୋଗ୍ୟ, ସୋମବାର ରାଜ୍ୟରେ ୧୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ କଟକରେ ୨୫ ଜଣ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri