କୋଭିଡ୍‌ ମେଡିକାଲ, ସିସିସିର ଅଗ୍ନି ନିରାପତ୍ତା ଯାଞ୍ଚ ନିର୍ଦ୍ଦେଶ

କଟକ ଅଫିସ,୭ା୮: ଗୁଜରାଟ୍‌ର ଅହମ୍ମଦାବାଦ୍‌ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ଜୀବନ ଯାଇଥିବାବେଳେ ପ୍ରାୟ ୫୦ଜଣ ଆହତ ହୋଇଛନ୍ତି। ଫଳରେ କୋଭିଡ୍‌ ହସ୍ପିଟାଲଗୁଡ଼ିକର ଅଗ୍ନି ନିରାପତ୍ତାକୁ ନେଇ ପ୍ରଶ୍ନ ଉଠିଛି। ଓଡ଼ିଶାରେ ୧୫୦ରୁ ଊର୍ଦ୍ଧ୍ୱ କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ କେୟାର୍‌ ସେଣ୍ଟର୍‌ (ସିସିସି) ରହିଛି। ଏଗୁଡ଼ିକରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରାଯାଉଛି। ଏହି ହସ୍ପିଟାଲ ଓ ସେଣ୍ଟର୍‌ଗୁଡ଼ିକର ଅଗ୍ନି ନିରାପତ୍ତା ଉପରେ ପ୍ରଶ୍ନ ଉଠିବା ପରେ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ତରବରିଆ ଭାବେ ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି।
ଓଡ଼ିଶାରେ ପ୍ରାୟତଃ ବଡ ବଡ ମେଡିିକାଲ୍‌କୁ କୋଭିଡ୍‌ ହସ୍ପିଟାଲରେ ପରିଣତ କରାଯାଇଛି। ସାଧାରଣତଃ ସେଠାରେ ଅଗ୍ନିନିରାପତ୍ତା ବ୍ୟବସ୍ଥା ରହିଥାଏ। ହେଲେ ଅହମ୍ମଦାବାଦ୍‌ ଘଟଣା ପରେ ସରକାରଙ୍କ ଚେତା ପଶିବା ସହ କୋଭିଡ୍‌ କେୟାର୍‌ ସେଣ୍ଟର୍‌ଗୁଡ଼ିକର ସୁରକ୍ଷାକୁ ନେଇ ଅଧିକ ଚିନ୍ତା ବଢ଼ିଛି। କାରଣ ଏଗୁଡ଼ିକ ଅସ୍ଥାୟୀ ଭାବେ ଖୋଲାଯାଇଥିବାବେଳେ ଅଗ୍ନିନିରାପତ୍ତା ବ୍ୟବସ୍ଥା ବିଶେଷ ନାହିଁ। କେଉଁଠି ଶିକ୍ଷାନୁଷ୍ଠାନ ତ ଆଉ କେଉଠି ଖାଲି କୋଠାରେ କୋଭିଡ୍‌ କେୟାର୍‌ ସେଣ୍ଟର୍‌ ଖୋଲାଯାଇଛି। ଏପରି କି କଟକରେ ଷ୍ଟାଡିୟମ୍‌କୁ ସେଣ୍ଟର୍‌ରେ ପରିଣତ କରାଯାଇଛି। ଏଣୁ ଏଗୁଡ଼ିକରେ ଅଗ୍ନି ନିରାପତ୍ତାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ଗୁରୁବାର ଅଗ୍ନିଶମ ମହାନିର୍ଦ୍ଦେଶକ ସତ୍ୟଜିତ ମହାନ୍ତି କହିଛନ୍ତି, ରାଜ୍ୟରେ ଥିବା କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ୍‌ କେୟାର୍‌ ସେଣ୍ଟର୍‌ଗୁଡ଼ିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରାଯିବ। ସେଥିପାଇଁ ସହକାରୀ ଅଗ୍ନିଶମ ଅଧିକାରୀ ଏବଂ ଅତିରିକ୍ତ ଅଗ୍ନିଶମ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯଦି କୌଣସିଠାରେ ତ୍ରୁଟି ଜଣାପଡ଼େ, ତେବେ ଏନେଇ ସ୍ଥାନୀୟ ଅଧିକାରୀଙ୍କୁ ଅବଗତ କରାଯିବ। ସର୍ବନିମ୍ନ କ’ଣ ବ୍ୟବସ୍ଥା ଗ୍ରହଣ କରାଯାଇପାରିବ, ସେ ସଂକ୍ରାନ୍ତରେ ଅଧିକାରୀଙ୍କୁ ପରାମର୍ଶ ଦିଆଯିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଯାଞ୍ଚ ସାରି ରିପୋର୍ଟ ଦେବାକୁ କୁହାଯାଇଛି। ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ପଦକ୍ଷେପ ନିଆଯିବ। ବର୍ତ୍ତମାନ ସାରା ରାଜ୍ୟରେ ଥିବା କୋଭିଡ୍‌ ହସ୍ପିଟାଲ ଏବଂ ସେଣ୍ଟର୍‌ଗୁଡ଼ିକରେ ନିୟମିତ ବିଶୋଧନ କରାଯାଉଛି। ଅଗ୍ନିଶମ ବିଭାଗର କର୍ମଚାରୀମାନେ ଏହି କାର୍ଯ୍ୟରେ ନିୟୋଜିତ ଅଛନ୍ତି। କେଉଁଠି କ’ଣ ଅଛି, ତାହା ଆମକୁ ଜଣାଅଛି। ବିଭାଗ ତରଫରୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଅଗ୍ନିଶମ ମହାନିର୍ଦ୍ଦେଶକ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?