Posted inରାଜ୍ୟ

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପିଲାଙ୍କ ପାଇଁ କୋଭିଡ୍‌ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର, ୫।୧(ବ୍ୟୁରୋ):
ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏଥିନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହେବା ଉପରେ । ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ୍‌ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ମଙ୍ଗଳବାର ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ହଲ୍‌ରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ବୈଠକ ପରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ସବିତା ଆଚାର୍ଯ୍ୟ କହିଛନ୍ତି ଯେ, ହଷ୍ଟେଲ ପିଲାଙ୍କ ପାଇଁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ୩ ଦିନ ତଳର କୋଭିଡ ନେଗେଟିଭ୍‌ ରିପୋର୍ଟ ଦେଖାଇଲେ ହିଁ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ। ଯେଉଁମାନଙ୍କ ପାଖରେ ଟେଷ୍ଟ ରିପୋର୍ଟ ନ ଥିବ ସେମାନଙ୍କ ପାଇଁ କ୍ୟାମ୍ପସରେ ଏକ କୋଭିଡ୍‌ ଟେଷ୍ଟ କ୍ୟାମ୍ପ ଖୋଲାଯିବ। ସେଠାରେ ମାଗଣାରେ ଟେଷ୍ଟ କରାଯାଇ ଛଡ଼ାଯିବ। ପୁରା କ୍ୟାମ୍ପସକୁ ବିଶୋଧନ କରାଯିବ। କୋଭିଡ ନିୟମ ପାଳନ ସହ ଶିକ୍ଷାଦାନ କରାଯିବ। ଏ ନେଇ ସମସ୍ତ ବିଭାଗୀୟ ମୁଖ୍ୟ ଓ ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ସହ ଆଲୋଚନା କରାଯାଇଥିବା କୁଳପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri