Posted inଜାତୀୟ

ହସ୍ପିଟାଲ ବେଡ୍‌ ନ ମିଳିବାରୁ ବିଧାନସଭା ଆଗରେ ବିକ୍ଷୋଭ

ବେଙ୍ଗାଲୁରୁ , ୬ା୫ : କୋଭିଡ୍‌-୧୯ ଯୋଗୁ ଦେଶର ବିଭିନ୍ନ ରାଜ୍ୟର ହସ୍ପିଟାଲରେ ବେଡ୍‌ ଅଭାବ ଦେଖାଦେଉଛି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ। ଜଣେ କୋଭିଡ୍‌ ଆକ୍ରାନ୍ତଙ୍କୁ କୌଣସି ହସ୍ପିଟାଲରେ ବେଡ୍‌ ନ ମିଳିବାରୁ ତାଙ୍କ ପରିବାର ବର୍ଗ ବିଧାନସଭା ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ହସ୍ପିଟାଲ ବେଡ୍‌ ନ ମିଳିବାରୁ ଆମ୍ବୁଲାନ୍ସରେ ଥିବା ମହିଳା କରୋନା ଆକ୍ରାନ୍ତ ଓ ତାଙ୍କ ଝିଅ ବେଡ୍‌ ଖୋଜି ଖୋଜି ପହଞ୍ଚିଥିଲେ ବିଧାନ ସୌଧ ବିଲ୍ଡିଂରେ। ସେଠାରେ ପୋଲିସ ଅଟକାଇବାରୁ ଆକ୍ରାନ୍ତଙ୍କ ପରିବାର ବର୍ଗ ଧାରଣାରେ ବସିଥିଲେ। ଏହାପରେ ସେମାନଙ୍କ ସହ ସାମିଲ ହୋଇଥିଲେ ଯୁବ କଂଗ୍ରେସ ନେତା ନାଲାପଦ। ପ୍ରାୟ ଅଧ ଘଣ୍ଟା ପରେ ମୁଖ୍ୟ ସଚିବ ରବି କୁମାର ସରକାରୀ ଭିକ୍ଟୋରିଆ ହସ୍ପିଟାଲରେ ଆକ୍ରାନ୍ତଙ୍କ ପାଇଁ ଏକ ବେଡ୍‌ ବ୍ୟବସ୍ଥା କରାଇ ଦେଇଥିଲେ। ଆକ୍ରାନ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ଯୁବ କଂଗ୍ରେସ ନେତାଙ୍କୁ ପୋଲିସ ଗିରଫ କରିଥିଲା।

କୋଭିଡ୍‌-୧୯ର ଦ୍ୱିତୀୟ ଲହର ଦ୍ୱାରା ସବୁଠୁ ଅଧିକ ପ୍ରଭାବିତ ହୋଇଥିବା ୧୦ ରାଜ୍ୟ ମଧ୍ୟରେ ରହିଛି କର୍ନାଟକ। ବୁଧବାର ରାଜ୍ୟରେ ୫୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରାୟ ଏହାର ଅଧା ଚିହ୍ନଟ ହୋଇଛନ୍ତି ରାଜଧାନୀର ବେଙ୍ଗାଲୁରୁରୁ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri