ଭୁବନେଶ୍ୱର, କଟକକୁ ଆସି ପାରିବେ କୋଭିଡ୍‌ ରୋଗୀ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା କୋଭିଡ୍‌ ହସ୍ପିଟାଲକୁ ରୋଗୀ ପଠାଇବା ନେଇ ସରକାର ବାରଣ କରିନାହାନ୍ତି। ସରକାର ଦ୍ୱୈତ ନଗରୀରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଛନ୍ତି। ସେ କହିଛନ୍ତି, କୌଣସି ଗୁରୁତର ରୋଗୀଙ୍କୁ କଟକ ଓ ଭୁବନେଶ୍ୱରରେ ଚିକିତ୍ସା ମନା ନାହିଁ। ଏଠାରେ ଚିକିତ୍ସା ହେବା ପାଇଁ ସମସ୍ତଙ୍କର ସମ୍ପୂର୍ଣ୍ଣ ଅଧିକାର ରହିଛି।
ସେହିଭଳି କଟକ, ଭୁବନେଶ୍ୱରକୁ ବାହାର ଜିଲାର ରୋଗୀଙ୍କୁ ବ୍ୟାନ୍‌ ପ୍ରସଙ୍ଗରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ରୋଗୀମାନଙ୍କୁ ଉପଯୁକ୍ତ ଡାକ୍ତରୀ ପରାମର୍ଶ ଓ ଅମ୍ଳଜାନ ଆଦି ସହାୟତା ସହ କଟକ ଓ ଭୁବନେଶ୍ୱରର ରେଫରାଲ ହସ୍ପିଟାଲ୍‌ ପଠାଇବା ପାଇଁ ସରକାରୀ ନିର୍ଦ୍ଦେଶନାମାରେ କୁହାଯାଇଛି। ଜଣେ ରୋଗୀ ଯେପରି ସୁରକ୍ଷିତ ଭାବେ ରେଫରାଲ ହସ୍ପିଟାଲରେ ପହଞ୍ଚତ୍ ପାରିବେ ସେ ବିଷୟରେ ଗୁରୁତ୍ୱ ଦିଆଯାଇଛି। ‘କ୍ରିଟିକାଲ ଚିକିତ୍ସା’ ବ୍ୟବସ୍ଥାକୁ ଅଧିକ ଶୃଙ୍ଖଳିତ କରିବା ଏହାର ଉଦ୍ଦେଶ୍ୟ। ଆସିଲାବେଳେ ଯେପରି ରୋଗୀଙ୍କର ଅମ୍ଳଜାନ ଅଭାବ ନ ହୁଏ, ‘ହାଇପକସିଆ’ ନ ହୁଏ ଏସବୁ ବିଷୟରେ ଯତ୍ନବାନ ହେବା ପାଇଁ ଜିଲାସ୍ତରରେ କାର୍ଯ୍ୟରତ ଚିକିତ୍ସକ ଏବଂ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ଆସିବାବେଳେ ରୋଗୀ ନିଜେ କେଉଁସବୁ ସତର୍କତା ଅବଲମ୍ବନ କରିବା ଦରକାର ତାହା ମଧ୍ୟ ସମ୍ପୃକ୍ତ ଡାକ୍ତର ଠିକ୍‌ ଭାବେ ବୁଝାଇବେ। ରୋଗୀଙ୍କୁ ଉପଯୁକ୍ତ ପ୍ରାରମ୍ଭିକ ଚିକିତ୍ସା ପରାମର୍ଶ ଓ ଉପଯୁକ୍ତ ବ୍ୟବସ୍ଥା ସହ ପଠାଇଲେ ରୋଗୀଙ୍କର ଅବସ୍ଥାରେ ବିଶେଷ ଅବନତି ହେବ ନାହିଁ ଏବଂ ତାଙ୍କ ଜୀବନ ରକ୍ଷାର ସମ୍ଭାବନା ବଢ଼ିବ ବୋଲି ମହାପାତ୍ର ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?