ଦିଲ୍ଲୀରେ ପୁଣି ଡରାଇଲାଣି କରୋନା: ନୋଏଡାରେ ୧୪ଶିଶୁଙ୍କ ସମେତ ୭୦ପଜିଟିଭ୍‌

ନୂଆଦିଲ୍ଲୀ,୧୬।୪: ରାଜଧାନୀ ଦିଲ୍ଲୀ ଓ ଏନ୍‌ସିଆରରେ ପୁଣି ଥରେ କରୋନା ସଂକ୍ରମଣ ମୁଣ୍ଡ ଟେକିଲାଣି। ଦିଲ୍ଲୀ ନିକଟରେ ଥିବା ଗାଜିଆବାଦ ଓ ନୋଏଡାର ଅନେକ ସ୍କୁଲରେ କରୋନା ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ ଉକ୍ତ ସ୍କୁଲଗୁଡ଼ିକରେ ଅନ୍‌ଲାଇନ ଶିକ୍ଷା ଆରମ୍ଭ କରାଯାଇଛି। ଦିଲ୍ଲୀ ସହିତ ନୋଏଡାରେ ମଧ୍ୟ କରୋନା ପଜିଟିଭିଟି ହାର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନୋଏଡାରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୪ଜଣ ପିଲା ସାମିଲ ଅଛନ୍ତି। ସେମାନଙ୍କର ବୟସ ୧୮ ବର୍ଷରୁ କମ୍‌ ରହିଥିବା ଜଣାପଡ଼ିଛି। ଏହାକୁ ମିଶାଇ ନୋଏଡାରେ ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇ ୨୩୭ରେ ପହଞ୍ଚିଛି। ସେହିପରି ନୋଏଡାରେ କରୋନା ସଂକ୍ରମିତ ଶିଶୁଙ୍କ ସଂଖ୍ୟା ମୋଟ ୫୮କୁ ବୃଦ୍ଧି ପାଇଛି। ଦିଲ୍ଲୀର ଘରୋଇ ଏବଂ ସରକାରୀ ଡାକ୍ତରଖାନାରେ ୧୪ ଜଣ କରୋନା ପଜିଟିଭ ପିଲା ଭର୍ତ୍ତି ହୋଇଛନ୍ତି। ବର୍ତ୍ତମାନ ୨୧୮ଜଣ ଆକ୍ରାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସୂଚନା ରହିଛି। ଦିଲ୍ଲୀ-ଏନ୍‌ସିଆରରେ କରୋନା ଗ୍ରାଫ୍‌ ଉପରମୁହାଁ ହେବା ପରେ ରାଜ୍ୟ ସରକାରଙ୍କ ଏବେ ଚିନ୍ତାର କାରଣ ପାଲଟିଛି। ଅନ୍ୟପଟେ ଆବଶ୍ୟକ ପଡିଲେ କ୍ଲାସ ବନ୍ଦ କରିବାକୁ ସ୍କୁଲ ପ୍ରଶାସନକୁ ଦିଲ୍ଲୀ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ରାଜଧାନୀରେ କୋଭିଡ ସ୍ଥିତିର ସମୀକ୍ଷା କରିବା ପାଇଁ ଏପ୍ରିଲ ୨୦ରେ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ)ର ଏକ ବୈଠକ ଡକାଯାଇଛି। ବର୍ତ୍ତମାନ ସମୟରେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ଦିଲ୍ଲୀ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri