Posted inଜାତୀୟ

ଚାଇନା ଫେରନ୍ତା କୋଭିଡ୍‌ ପଜିଟିଭ୍‌

ଆଗ୍ରା, ୨୬।୧୨: ଚାଇନାରୁ ଉତ୍ତର ପ୍ରଦେଶ ଫେରିଥିବା ଯୁବକ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। କୋଭିଡ୍‌-୧୯ ଆକ୍ରାନ୍ତ ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକଙ୍କୁ ସଙ୍ଗରୋଧରେ ରଖାଯାଇଥିବା ମୁଖ୍ୟ ମେଡିକାଲ ଅଫିସର ଅରୁଣ ଶ୍ରୀବାସ୍ତବ କହିଛନ୍ତି। ଜିନୋମ ସିକ୍ୱେନ୍ସିଙ୍ଗ୍‌ ପାଇଁ ତାଙ୍କ ନମୁନା ଲକ୍ଷ୍ନୌ ଲ୍ୟାବ୍‌କୁ ପଠାଯାଇଛି। ତେବେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଘରର ଅନ୍ୟ ସଦସ୍ୟଙ୍କ କୋଭିଡ୍‌ ଟେଷ୍ଟ୍‌ କରାଯାଇଛି। ଡିସେମ୍ବର ୨୩ରେ ଯୁବକ ଜଣକ ଚାଇନାରୁ ଦିଲ୍ଲୀ ଦେଇ ଆଗ୍ରାରେ ଥିବା ନିଜ ଘରେ ପହଞ୍ଚତ୍ଥିଲେ। ନଭେମ୍ବର ୨୫ ପରଠାରୁ ରାଜ୍ୟରେ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବାବେଳେ ଏହା ପ୍ରଥମ ମାମଲା ବୋଲି କୁହାଯାଉଛି।

ଚାଇନାରେ କରୋନା ସ୍ଥିତି ଉଦ୍‌ବେଗଜନକ ହୋଇପଡ଼ିଥିବାବେଳେ ଆଉ କିଛି ଦେଶରେ ମଧ୍ୟ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍‌ ନିୟମ ପାଳନର ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ଚାଇନା, ଜାପାନ, ଦକ୍ଷିଣ କୋରିଆ, ସିଙ୍ଗାପୁର ଏବଂ ଥାଇଲାଣ୍ଡରୁ ଆସୁଥିବା ଯାତ୍ରୀଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। କୋଭିଡ୍‌ ଚିକିତ୍ସା ବ୍ୟବସ୍ଥା ସହିତ ଏ ନେଇ ଆବଶ୍ୟକ ଔଷଧ, ଅକ୍ସିଜେନ୍‌ ଏବଂ ଅନ୍ୟ ଉପକରଣ ସବୁ ପ୍ରସ୍ତୁତ ରଖିବାକୁ ସରକାର ଗାଇଡ୍‌ ଲାଇନ୍‌ ଜାରି କରିଛନ୍ତି। ଏ ନେଇ ଆସନ୍ତା ୨୭ରେ ରାଜ୍ୟଗୁଡ଼ିକ ପକ୍ଷରୁ ମକ୍‌ ଡ୍ରିଲ୍‌ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri