Posted inଜାତୀୟ

ଚାଇନା ଫେରନ୍ତା କୋଭିଡ୍‌ ପଜିଟିଭ୍‌

ଆଗ୍ରା, ୨୬।୧୨: ଚାଇନାରୁ ଉତ୍ତର ପ୍ରଦେଶ ଫେରିଥିବା ଯୁବକ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। କୋଭିଡ୍‌-୧୯ ଆକ୍ରାନ୍ତ ଜଣାପଡ଼ିବା ପରେ ସମ୍ପୃକ୍ତ ଯୁବକଙ୍କୁ ସଙ୍ଗରୋଧରେ ରଖାଯାଇଥିବା ମୁଖ୍ୟ ମେଡିକାଲ ଅଫିସର ଅରୁଣ ଶ୍ରୀବାସ୍ତବ କହିଛନ୍ତି। ଜିନୋମ ସିକ୍ୱେନ୍ସିଙ୍ଗ୍‌ ପାଇଁ ତାଙ୍କ ନମୁନା ଲକ୍ଷ୍ନୌ ଲ୍ୟାବ୍‌କୁ ପଠାଯାଇଛି। ତେବେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଘରର ଅନ୍ୟ ସଦସ୍ୟଙ୍କ କୋଭିଡ୍‌ ଟେଷ୍ଟ୍‌ କରାଯାଇଛି। ଡିସେମ୍ବର ୨୩ରେ ଯୁବକ ଜଣକ ଚାଇନାରୁ ଦିଲ୍ଲୀ ଦେଇ ଆଗ୍ରାରେ ଥିବା ନିଜ ଘରେ ପହଞ୍ଚତ୍ଥିଲେ। ନଭେମ୍ବର ୨୫ ପରଠାରୁ ରାଜ୍ୟରେ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବାବେଳେ ଏହା ପ୍ରଥମ ମାମଲା ବୋଲି କୁହାଯାଉଛି।

ଚାଇନାରେ କରୋନା ସ୍ଥିତି ଉଦ୍‌ବେଗଜନକ ହୋଇପଡ଼ିଥିବାବେଳେ ଆଉ କିଛି ଦେଶରେ ମଧ୍ୟ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍‌ ନିୟମ ପାଳନର ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ଚାଇନା, ଜାପାନ, ଦକ୍ଷିଣ କୋରିଆ, ସିଙ୍ଗାପୁର ଏବଂ ଥାଇଲାଣ୍ଡରୁ ଆସୁଥିବା ଯାତ୍ରୀଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। କୋଭିଡ୍‌ ଚିକିତ୍ସା ବ୍ୟବସ୍ଥା ସହିତ ଏ ନେଇ ଆବଶ୍ୟକ ଔଷଧ, ଅକ୍ସିଜେନ୍‌ ଏବଂ ଅନ୍ୟ ଉପକରଣ ସବୁ ପ୍ରସ୍ତୁତ ରଖିବାକୁ ସରକାର ଗାଇଡ୍‌ ଲାଇନ୍‌ ଜାରି କରିଛନ୍ତି। ଏ ନେଇ ଆସନ୍ତା ୨୭ରେ ରାଜ୍ୟଗୁଡ଼ିକ ପକ୍ଷରୁ ମକ୍‌ ଡ୍ରିଲ୍‌ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri