Posted inଖେଳ

ରୋହିତ ଶର୍ମାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ସୂଚନା ଦେଲେ ଝିଅ: ଦେଖନ୍ତୁ ଭିଡିଓ

ଲଣ୍ଡନ,୨୯।୬: ଭାରତୀୟ ଅଧିନାୟକ ରୋହିତ ଶର୍ମା ଏଜବାଷ୍ଟନ ଟେଷ୍ଟ ପୂର୍ବରୁ କରୋନା ସଂକ୍ରମିତ ହୋଇଛି। ରୋହିତ ଏବେ ଦଳ ଏବଂ ପରିବାର ସଦସ୍ୟଙ୍କଠାରୁ ଅଲଗା ଅଛନ୍ତି।  ଏହି ସମୟରେ ସୋସିଆଲ ମିଡିଆରେ ତାଙ୍କ ଝିଅ ସମାଇରାଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ସେ ଅସୁସ୍ଥ ପିତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ କହୁଥିବାର ନଜର ଆସିଛନ୍ତି।
ଭିଡିଓରେ ସମାଇରା ମା’ ରିତିକାଙ୍କ ସହ ହୋଟେଲରେ ନଜର ଆସିଛନ୍ତି। ଏହି ସମୟରେ ଜଣେ ପ୍ରଶଂସକ ତାଙ୍କୁ ତାଙ୍କ ପିତାଙ୍କ ବିଷୟରେ ପଚାରିଥିଲେ। ପ୍ରଶଂସକ ସମାଇରାଙ୍କୁ ପଚାରିଥିଲେ, ପାପା କେଉଁଠାରେ ଅଛନ୍ତି। ଏହାର ଜବାବରେ ସେ କହିଛନ୍ତି ଯେ, ପାପା ତାଙ୍କ ରୁମ୍‌ରେ ଶୋଇଛନ୍ତି। ପାପା କୋଭିଡ ପଜିଟିଭ। ଜଣେ ହିଁ ସେହି ରୁମ୍‌ରେ ରହିପାରିବେ।
ରୋହିତ ଶର୍ମାଙ୍କ ବ୍ୟତୀତ ଇଂଲଣ୍ଡର ବିପକ୍ଷ ଟେଷ୍ଟ ମ୍ୟାଚ ପୂର୍ବରୁ ଭାରତର ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏବଂ ପୂର୍ବତନ ଅଧିନାୟକ ବିରାଟ କୋହଲି ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ। ଅବଶ୍ୟ ଦୁହେଁ ଏବେ ସୁସ୍ଥ ଅଛନ୍ତି। ଦୁହେଁ ଲିସେଷ୍ଟରଶେୟାର ବିପକ୍ଷ ଅଭ୍ୟାସ ମ୍ୟାଚ୍‌ରେ ଦଳରେ ଯୋଗ ଦେଇଥିଲେ। ରୋହିତ ଶର୍ମାଙ୍କ ସ୍ଥାନରେ ମୟଙ୍କ ଅଗ୍ରୱାଲଙ୍କୁ ଇଂଲଣ୍ଡ ପଠାଯାଇଛି। ଯଦି ରୋହିତ ଶର୍ମା ଏଜବାଷ୍ଟନ ଟେଷ୍ଟରେ ନ ଖେଳନ୍ତି, ତେବେ ମୟଙ୍କ ଶୁଭମନ ଗିଲଙ୍କ ସହ ଓପନିଂ କରିବେ।
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ମ୍ୟାଚ ଜୁଲାଇ ୧ ରୁ ୫ ପର୍ଯ୍ୟନ୍ତ ଏଜବାଷ୍ଟନ ଠାରେ ଖେଳାଯିବ। ଏହି ମ୍ୟାଚ ଗତ ବର୍ଷ ଅନୁଷ୍ଠିତ ଟେଷ୍ଟ ସିରିଜର ଏକ ଅଂଶ। ୨୦୨୧ ଅଗଷ୍ଟ-ସେପ୍ଟେମ୍ବର ଟିମ ଇଣ୍ଡିଆ ଇଂଲଣ୍ଡରେ ପାଞ୍ଚ ଟେଷ୍ଟ ସିରିଜ ଖେଳୁଥିଲା। ତା’ପରେ କରୋନା କାରଣରୁ ପଞ୍ଚମ ମ୍ୟାଚ ଅନୁଷ୍ଠିତ ହୋଇପାରିଲା ନାହିଁ। ଚାରିଟି ଟେଷ୍ଟ ପାଇଁ ଭାରତ ୨-୧ରେ ଆଗୁଆ ରହିଥିଲା। ବର୍ତ୍ତମାନ ପଞ୍ଚମ ମ୍ୟାଚ ଏଜବାଷ୍ଟନ ଠାରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri