ଆକ୍ରାନ୍ତଙ୍କଠାରୁ ସୁସ୍ଥ ଅଧିକ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜଧାନୀରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଭୁବନେଶ୍ୱରରୁ ଗତ ୨୪ଘଣ୍ଟାରେ ୬୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୮୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୪ଜଣ କ୍ୱାରାଣ୍ଟାଇନ ସେଣ୍ଟରର ଥିବାବେଳେ ୫୫ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଜରିଆରେ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ଏମାନଙ୍କ ମଧ୍ୟରେ ସହୀଦନଗରରୁ ୫ଜଣ, ରସୁଲଗଡ଼ ଓ ଟଙ୍କପାଣି ରୋଡ଼ରୁ ୪ଜଣ ଲେଖାଏ, ପୁରୁଣା ଭୁବନେଶ୍ୱର ଓ ଗ୍ୟାରେଜ ଛକରୁ ୩ଜଣ ଲେଖାଏ, ସୁନ୍ଦରପଦା, ଚନ୍ଦ୍ରଶେଖରପୁର ଓ ମଞ୍ଚେଶ୍ୱରରୁ ୨ଜଣ ଲେଖାଏ ରହିଛନ୍ତି। ସୂଚନାନୁସାରେ, ଭୁବନେଶ୍ୱରରେ ୨୯,୩୭୯ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୨୮,୧୩୮ ଜଣ ସୁସ୍ଥ ହୋଇସାରିଛନ୍ତି। ବର୍ତ୍ତମାନ ୧,୦୫୦ ଜଣ ଆକ୍ରାନ୍ତ ସକ୍ରିୟ ଥିବାବେଳେ ୧୭୦ ଜଣଙ୍କର ମୃତ୍ୟୁ ଘଟିଲାଣି।
ସୋମବାରରୁ ଖୋଲାଯାଇଥିବା ସମସ୍ତ ଆହାର କେନ୍ଦ୍ରରେ କରୋନା ନିର୍ଦ୍ଦେଶାବଳୀକୁ ମାନିବା ପାଇଁ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ, ସମସ୍ତ ଆହାର କେନ୍ଦ୍ରରେ ସାନିଟାଇଜକୁ ଗୁରୁତ୍ୱ ଦିଆଯାଇଛି। ଖାଇବା ବେଳେ ଯେପରି ସାମାଜିକ ଦୂରତା ବଜାୟ ରହିବ ସେଥିପ୍ରତି ଧ୍ୟାନ ଦେବାକୁ କୁହଯାଇଛି। ଗାଇଡ୍‌ଲାଇନ୍‌ ଠିକ୍‌ ଭାବେ ପାଳନ କରାଯାଉଛି କି ନାହିଁ ତାକୁ ମନିଟରିଂ କରିବା ପାଇଁ ଡେପୁଟି କମିଶନର, ଓ୍ବାର୍ଡ ଅଫିସର ଏବଂ ଇଞ୍ଜିନିୟରମାନଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri