ଆକ୍ରାନ୍ତଙ୍କଠାରୁ ସୁସ୍ଥ ଅଧିକ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜଧାନୀରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଭୁବନେଶ୍ୱରରୁ ଗତ ୨୪ଘଣ୍ଟାରେ ୬୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୮୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୪ଜଣ କ୍ୱାରାଣ୍ଟାଇନ ସେଣ୍ଟରର ଥିବାବେଳେ ୫୫ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଜରିଆରେ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ଏମାନଙ୍କ ମଧ୍ୟରେ ସହୀଦନଗରରୁ ୫ଜଣ, ରସୁଲଗଡ଼ ଓ ଟଙ୍କପାଣି ରୋଡ଼ରୁ ୪ଜଣ ଲେଖାଏ, ପୁରୁଣା ଭୁବନେଶ୍ୱର ଓ ଗ୍ୟାରେଜ ଛକରୁ ୩ଜଣ ଲେଖାଏ, ସୁନ୍ଦରପଦା, ଚନ୍ଦ୍ରଶେଖରପୁର ଓ ମଞ୍ଚେଶ୍ୱରରୁ ୨ଜଣ ଲେଖାଏ ରହିଛନ୍ତି। ସୂଚନାନୁସାରେ, ଭୁବନେଶ୍ୱରରେ ୨୯,୩୭୯ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୨୮,୧୩୮ ଜଣ ସୁସ୍ଥ ହୋଇସାରିଛନ୍ତି। ବର୍ତ୍ତମାନ ୧,୦୫୦ ଜଣ ଆକ୍ରାନ୍ତ ସକ୍ରିୟ ଥିବାବେଳେ ୧୭୦ ଜଣଙ୍କର ମୃତ୍ୟୁ ଘଟିଲାଣି।
ସୋମବାରରୁ ଖୋଲାଯାଇଥିବା ସମସ୍ତ ଆହାର କେନ୍ଦ୍ରରେ କରୋନା ନିର୍ଦ୍ଦେଶାବଳୀକୁ ମାନିବା ପାଇଁ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ, ସମସ୍ତ ଆହାର କେନ୍ଦ୍ରରେ ସାନିଟାଇଜକୁ ଗୁରୁତ୍ୱ ଦିଆଯାଇଛି। ଖାଇବା ବେଳେ ଯେପରି ସାମାଜିକ ଦୂରତା ବଜାୟ ରହିବ ସେଥିପ୍ରତି ଧ୍ୟାନ ଦେବାକୁ କୁହଯାଇଛି। ଗାଇଡ୍‌ଲାଇନ୍‌ ଠିକ୍‌ ଭାବେ ପାଳନ କରାଯାଉଛି କି ନାହିଁ ତାକୁ ମନିଟରିଂ କରିବା ପାଇଁ ଡେପୁଟି କମିଶନର, ଓ୍ବାର୍ଡ ଅଫିସର ଏବଂ ଇଞ୍ଜିନିୟରମାନଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri