Categories: ଜାତୀୟ

୩ ମାସ ପରେ ଦେଶରେ ଦୈନିକ କରୋନା ସଂକ୍ରମଣ ୪ ହଜାର ଟପିଲା

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦୪୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଫଳରେ ଗତ ୩ ମାସ ପରେ ଦେଶରେ ଦୈନିକ କରୋନା ସଂକ୍ରମଣ ୪ ହଜାର ଟପିଛି। ଏଥିସହ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୧,୬୮,୫୮୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୬,୧୩,୪୪୦ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୧,୧୭୭ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୪,୬୫୧କୁ ବୃଦ୍ଧି ପାଇଛି।

Share