ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୧୬୩୪ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୧୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୯୩ ଜଣ ଚିହ୍ନଟ ହୋଇଛନ୍ତି।
୩,୮୦୬ ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୦ ହଜାର ୪୯୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୨୩ ହଜାର ୫୯୯ ଜଣ ସୁସ୍ଥ ହୋଇସାରିଛନ୍ତି। ୪୩ ହଜାର ୩୩୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।