ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍ ସଂକ୍ରମିତ ହୋଇଥିବା ନେଇ ଏକ ଘରୋଇ ହସ୍ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ଅସୁସ୍ଥତା କାରଣରୁ ସମ୍ପୃକ୍ତ ବ୍ୟକ୍ତି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ। ପରୀକ୍ଷା ପରେ ତାଙ୍କର କୋଭିଡ୍ ପଜିଟିଭ୍ ରିପୋର୍ଟ ଆସିଥିବା ହସ୍ପିଟାଲ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ତେବେ ଏହି ଘଟଣା ପରେ ରାଜଧାନୀରେ କୋଭିଡ୍ ସଂକ୍ରମଣକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି। ସଂକ୍ରମିତ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ଏବଂ ସଂକ୍ରମଣର ଉତ୍ସ ସମ୍ପର୍କରେ ଅଧିକ ତଥ୍ୟ ମିଳିନାହିଁ।

