ବିଧାୟକଙ୍କ ବିବାହରେ କୋଭିଡ୍‌ ନିୟମ ଉଲ୍ଲଂଘନ

ଭଦ୍ରକ ଅଫିସ, ୪।୭: ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟଙ୍କ ବିବାହ ସମାରୋହରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। ‘ଚିଲିକା ରିସର୍ଟ’ରେ ଅନୁଷ୍ଠିତ ବିବାହ ଉତ୍ସବର ଏକ ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି, ଯାହାକୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର ଧରିଛି। ଏଥିରେ କୋଭିଡ୍‌ ନିୟମ ଉଲ୍ଲଂଘନ ହୋଇଥିବା ଦୃଶ୍ୟ ଦେଖି ବିଭିନ୍ନ ମହଲରୁ ପ୍ରତିକ୍ରିୟା ପ୍ରକାଶ ପାଇଛି। ଉକ୍ତ ଭିଡିଓରେ ବିଧାୟକ ରାଜନୈତିକ ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ନାଚୁଥିବା ଦେଖିବାକୁ ମିଳିଛି। କାହାରି ମୁହଁରେ ମାସ୍କ ନ ଥିବା ବେଳେ ସାମାଜିକ ଦୂରତା ମଧ୍ୟ ନାହିଁ। ଉତ୍ସବରେ କୋଭିଡ୍‌ ନିୟମ ଉଲ୍ଲଂଘନ କରାଯାଇଥିବା କହି ଭାଜପା ଜିଲା ସଭାପତି ହେମନ୍ତ କୁମାର ପାଢ଼ୀ ସମାଲୋଚନା କରିଛନ୍ତି। ଅନ୍ୟପକ୍ଷେ ଏହା ଏକ ପୁରୁଣା ଭିଡିଓ ବୋଲି ବିଧାୟକ ପ୍ରତିକ୍ରିୟା ରଖିଛନ୍ତି। କୋଭିଡ୍‌ କଟକଣା ମଧ୍ୟରେ ବାହାଘର ହୋଇଥିବା ସେ ପ୍ରକାଶ କରିଛନ୍ତି। ଯାଞ୍ଚ କରାଗଲେ ଭିଡିଓର ସତ୍ୟତା ଜଣାପଡ଼ିବ ବୋଲି ଜିଲା କଂଗ୍ରେସ କମିଟି ସଭାପତି ସୁବ୍ରତ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri